ଭିଡିଓ କରି ଫସିଲେ ୩ ଅଭିନେତ୍ରୀ

ସମ୍ବଲପୁର,୧୬ ।୧୨(ଓଡିଶା ଭାସ୍କର): ସମ୍ବଲପୁର ହୀରାକୁଦ ଡ୍ୟାମ୍ ନିଷିଦ୍ଧାଞ୍ଚଳର ଭିଡିଓ କରି ଫସିଲେ ୩ ଅଭିନେତ୍ରୀ । ନିଷିଦ୍ଧାଞ୍ଚଳରେ ଭିଡିଓ କରି ସୋସିଆଲ ମିଡିଆରେ ଭାଇରାଲ କରିଥିବା ଅଭିଯୋଗ ହୋଇଛି । ଏନେଇ ଘଟଣାର ତଦନ୍ତ ପାଇଁ ଏସଡିପିସଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଏସପି । ସନ୍ଧ୍ୟା ୫ଟା ସୁଦ୍ଧା ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦିଆଯାଇଥିବା ଜଣାପଡିଛି ।

ତେବେ କିଛି ଦିନ ପୂର୍ବେ ସୁଟ୍‌ ହୋଇଥିବା ଏହି ଭିଡିଓରେ ଅଭିନେତ୍ରୀ ପ୍ରକୃତି ମିଶ୍ର, ଏଲିନା ସାମନ୍ତରାୟ,ଲୋଭିନା ନାୟକଙ୍କ ସମେତ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ଝିଅ ଦିପାଲି ଦାସଙ୍କୁ ଦେଖିବାକୁ ମିଳିଛି। ନିଷିଦ୍ଧାଞ୍ଚଳରେ କେତୋଟି କାର୍‌ ମଧ୍ୟ ଛିଡ଼ା ହୋଇଥିବା ଭାଇରାଲ ଭିଡିଓରେ ଦେଖାଯାଉଛି । ତେବେ କାହା ଅନୁମତିରେ ସେମାନେ ସେଠାକୁ ଗଲେ ଓ ଫଟୋ ଉଠାଇବାକୁ କିଏ ଅନୁମତି ଦେଲା ତଦନ୍ତ ପରେ ତାହା ସ୍ପଷ୍ଟ ହେବ ବୋଲି ଏସ୍‌ପି କହିଛନ୍ତି। ତଦନ୍ତ ପରେ ପ୍ରକୃତ ସତ୍ୟ ଜଣାପଡିବ ।

Get real time updates directly on you device, subscribe now.