fbpx

ଭିଜିଲାନ୍ସ ଜାଲରେ ଅତିରିକ୍ତ ତହସିଲଦାର: ୮ଟି ସ୍ଥାନରେ ଚାଲିଛି ରେଡ୍

ସୁନ୍ଦରଗଡ଼ (ଓଡ଼ିଶା ଭାସ୍କର): ରାଜ୍ୟରେ ଦୁର୍ନୀତିଖୋର ଅଧିକାରୀଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ପ୍ରତିଦିନ କେହି ନା କେହି ଅଧିକାରୀ ଭିଜିଲାନ୍ସ ହାତରେ ଧରାପଡୁଛନ୍ତି । ଏହାରି ମଧ୍ୟରେ ଅତିରିକ୍ତ ତହସିଲଦାରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ହୋଇଛି । ସୁନ୍ଦରଗଡ଼ ଟାଙ୍ଗରପାଲି ଅତିରିକ୍ତ ତହସିଲଦାର କୁଳମଣି ପଟେଲଙ୍କ ଘରେ ରେଡ୍ ହୋଇଥିବା ସୂଚନା ମିଳିଛି ।

ତେବେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିବା ଅଭିଯୋଗରେ ଏହି ଚଢ଼ାଉ ହୋଇଥିବା ଜଣାପଡିଛି । ଡୁମାବାହାଲ, ଲେଫ୍ରିପଡ଼ା ଓ ସୁନ୍ଦରଗଡ଼ର ୮ଟି ସ୍ଥାନରେ ଚଢ଼ାଉ ହୋଇଛି । କୁଳମଣି ପଟେଲଙ୍କ ପୈତୃକ ଘରେ ରେଡ୍ ହୋଇଛି । ଡୁମାବାହାଲ ସ୍ଥିତ ୪ଟି ଘର ସମେତ ୮ଟି ସ୍ଥାନରେ ଏକକାଳୀନ ରେଡ୍ ହୋଇଛି ।

Get real time updates directly on you device, subscribe now.