fbpx

Weather Update: ୩୦ ଓ ୩୧ ଘନକୁହୁଡି ପରେ ଏତିକି ତାରିଖରୁ ବର୍ଷା ସମ୍ଭାବନା

ଓଡିଶା ଭାସ୍କର: ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏକ ଗୁରୁତ୍ୱ ସୂଚନା ଜାରି ହୋଇଛି। ୩୦ ଓ ୩୧ରେ ରାଜ୍ୟର କେତେକ ସ୍ଥାନରେ ଘନକୁହୁଡି ହେବାର ସମ୍ଭାବନା ରହିଛି। ସେହିପରି ଏହା ପରେ ପରେ ରାଜ୍ୟର କେତେକ ସ୍ଥାନରେ ବର୍ଷା ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।

ପାଣିପାଗ ବିଭାଗ ସୂଚନା ଅନୁଯାୟୀ, ବଙ୍ଗୋପସାଗର ଓ ଓଡ଼ିଶା ଉପକୂଳରେ ଏକ ଗୁରୁଚାପ ବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ଉକୂଳ ଓଡ଼ିଶାର କେତେକ ଜିଲ୍ଲା ଓ ପାର୍ଶ୍ୱବର୍ତ୍ତୀ ଜିଲ୍ଲାରେ ଘନ କୁହୁଡି ହେବାର ସମ୍ଭାବନା ରହିଛି। ସେହିପରି ଫେବ୍ରୁଆରୀ ୧ ଓ ୨ ତାରିଖରେ କେତେକ ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରାଯାଇଛି।

ତେବେ ମଙ୍ଗଳବାର କଳାହାଣ୍ଡି, ବଲାଙ୍ଗିର, ସୋନପୁର, ବୌଦ୍ଧ, କନ୍ଧମାଳ, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଗଞ୍ଜାମ, ନୟାଗଡ଼, ଅନୁଗୋଳ, ସମ୍ୱଲପୁର, ଢେଙ୍କାନାଳ, ଝାରସୁଗୁଡ଼ା, ଦେବଗଡ଼, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ ଭଳି ଜିଲ୍ଲାରେ କେତେକ ସ୍ଥାନରେ ଘନକୁହୁଡି ହେବାର ସମ୍ଭାବନା ରହିଛି। ଯାହାକୁ ଦୃଷ୍ଟିରେ ରଖି ଏସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ବୁଧବାର ସକାଳେ କଳାହାଣ୍ଡି, ବଲାଙ୍ଗିର, କନ୍ଧମାଳ, ଖୋର୍ଦ୍ଧା, ନୟାଗଡ଼, ସୋନପୁର, ସମ୍ୱଲପୁର, ଅନୁଗୋଳ, କଟକ, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ ଭଦ୍ରକ ଜିଲ୍ଲାରେ କେତେକ ସ୍ଥାନରେ ଘନ କୁଡୁଡି ହେବାର ସମ୍ଭାବନା ରହିଛି। ଏଣୁ ଏସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଅନ୍ୟପଟେ ୧ ତାରିଖରେ ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ବର୍ଷା ହେବ। ଠିକ୍‌ ସେହିପରି ୨ ତାରିଖରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଢେଙ୍କାନାଳ ଓ ଅନୁଗୋଳ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ବର୍ଷା ହୋଇପାରେ। ବଙ୍ଗୋପସାଗର ଓ ଓଡ଼ିଶା ଉପକୂଳରେ ସୃଷ୍ଟି ହୋଇଥିବା ଗୁରୁଚାପ ବଳୟ ପ୍ରଭାବରେ ଜଳୀୟବାଷ୍ପ ଓଡ଼ିଶା ମଧ୍ୟକୁ ପ୍ରବେଶ କରିବ। ଏହାର ପ୍ରଭାବରେ ଉତ୍ତର ଆଭ୍ୟନ୍ତରୀଣ ଏବଂ ଉତ୍ତର ଓଡ଼ିଶାରେ ଏହି ସବୁ ଜିଲ୍ଲା ମାନଙ୍କରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ତେବେ ରାତିର ତାପମାତ୍ର ୨ରୁ ୩ ଡିଗ୍ରୀ ପର୍ୟ୍ୟନ୍ତ ବୃଦ୍ଧି ହେବ। ଅର୍ଥାତ ଶୀତ କମିବ ବୋଲି ପୂର୍ବାନୁମାନ କରାଯାଇଛି।

 

Get real time updates directly on you device, subscribe now.