fbpx

ଲେଡି ବ୍ଲାକମେଲର ଅର୍ଚ୍ଚନାଙ୍କ ଜାମିନ: ଶୁଣାଣି ଶେଷ, ରାୟ ସଂରକ୍ଷିତ ରଖିଲେ କୋର୍ଟ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଲେଡି ବ୍ଲାକମେଲର ଅର୍ଚ୍ଚନା ନାଗଙ୍କ ହନିଟ୍ରାପ ମାମଲା ଏବେ ଓଡ଼ିଶାରେ ହଇଚଇ ସୃଷ୍ଟି କରିଛି । ଏହାରି ମଧ୍ୟରେ କୋର୍ଟରେ ଅର୍ଚ୍ଚନା ନାଗଙ୍କ ଜାମିନ ଆବେଦନର ଶୁଣାଣି ଶେଷ ହୋଇଛି । ଏସଡିଜେଏମ କୋର୍ଟରେ ଜାମିନ ପାଇଁ ଅର୍ଚ୍ଚନାଙ୍କ ଓକିଲ ଆବେଦନ କରିଥିଲେ । କିନ୍ତୁ ଆଜି ଏସଡିଜେଏମ କୋର୍ଟ ଶୁଣାଣି ଶେଷ କରିବା ପରେ ରାୟକୁ ସଂରକ୍ଷିତ ରଖିଛନ୍ତି ।

ପୂର୍ବରୁ ଅର୍ଚ୍ଚନାଙ୍କ ଜାମିନ ଆବେଦନର ଶୁଣାଣି ହୋଇପାରିନଥିଲା। ଏକାଧିକ ଓକିଲ ଆବେଦନ କରିଥିବାରୁ ଶୁଣାଣି ହୋଇ ନଥିଲା। ଅକ୍ଟୋବର ୧୧ ତାରିଖରେ ଭିଡିଓ କନଫରେନ୍ସିଂ ଜରିଆରେ ଜାମିନ ମାମଲାର ଶୁଣାଣି ହୋଇଥିଲା। ସୁରକ୍ଷା ଦୃଷ୍ଟିରୁ ଭିସି ଯୋଗେ ମାମଲାର ଶୁଣାଣି ହୋଇଥିଲା ।

ଅନ୍ୟପଟେ ହାଇକୋର୍ଟରେରେ ପହଞ୍ଚିଛି ବ୍ଲାକମେଲର ଅର୍ଚ୍ଚନା ନାଗ ମାମଲା। ଅର୍ଚ୍ଚନାଙ୍କ ସମ୍ପତ୍ତିର ଇଡି ତଦନ୍ତ ଏବଂ ବେଆଇନ ଭାବେ ରହିଥିବା ଗଚ୍ଛିତ ସମ୍ପତ୍ତିକୁ ବ୍ୟାଜପ୍ତି ନେଇ ଜନସ୍ୱାର୍ଥ ମାମଲା ଦାୟର ହୋଇଛି। ଭାରତୀୟ ବିକାଶ ପରିଷଦ ପକ୍ଷରୁ ମାମଲା ଦାୟର କରାଯାଇଛି। ଏଥିରେ କେନ୍ଦ୍ର ସରକାର, ଇଡି, ରାଜ୍ୟ ମୁଖ୍ୟ ଶାସନ ସଚିବ, ଗୃହ ବିଭାଗ, ପୁଲିସ ଡିଜି , ଖଣ୍ଡଗିରି ଥାନା ଅଧିକାରୀ ଏବଂ ନୟାପଲ୍ଲୀ ଥାନା ଅଧିକାରୀଙ୍କ ସମେତ ୭ ଜଣଙ୍କୁ ପକ୍ଷଭୁକ୍ତ କରାଯାଇଛି।

ବିଜେପି ଏ ଘଟଣାର ସିବିଆଇ ତଦନ୍ତ ଦାବି କରିଛି। ଅର୍ଚ୍ଚନାଙ୍କୁ ନେଇ ରାଜ୍ୟ ରାଜନୀତିରେ ଚହଳ ସୃଷ୍ଟି ହୋଇଛି। ବହୁ ବଡ଼ବଡ଼ିଆ, ରାଜନୈତିକ ଦଳର ନେତା, ବ୍ୟବସାୟୀ, ଓଲିଉଡ ନିର୍ମାତାଙ୍କ ନାମ ଅର୍ଚ୍ଚନାଙ୍କ ସହ ଛନ୍ଦି ହୋଇଛି । ମାୟାବିନୀ ମହିଳା ଅର୍ଚ୍ଚନା ନାଗଙ୍କୁ ନେଇ ଦିନକୁ ଦିନ ଅନେକ ନୂଆ ନୂଆ ତଥ୍ୟା ସାମ୍ନାକୁ ଆସୁଛି ।

Get real time updates directly on you device, subscribe now.