fbpx

କରୋନା ସମୀକ୍ଷା ପରେ ପେନସନକୁ ନେଇ ବଡ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

Advertisement

ଭୁବନେଶ୍ୱର(ଓଡିଶା ଭାସ୍କର): ରାଜ୍ୟର କରୋନା ସ୍ଥିତିକୁ ନେଇ ଆଜି ସବୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କୋଭିଡ ମୃତ୍ୟୁ ନିୟନ୍ତ୍ରଣ ଉପରେ ଅଧିକ ଫୋକସ ଦିଆଯିବା ସହ କୋଭିଡରେ ଯେଉଁମାନେ ଅନାଥ ଓ ବିଧବା ହୋଇଛନ୍ତି, ସେମାନଙ୍କୁ ତୁରନ୍ତ ଚିହ୍ନଟ କରାଯାଉ ବୋଲି ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଖାଲି ସେତିକି ନୁହେଁ, ବ୍ଲାକ୍ ଫଙ୍ଗସ୍ ପାଇଁ ଆଗୁଆ ପ୍ରସ୍ତୁତି କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

କୋଭିଡରେ ନିଜ ସ୍ବାମୀଙ୍କୁ ହରାଇଥିବା ମହିଳା ଏବଂ ବାପା ମାଙ୍କୁ ହରାଇଥିବା ପିଲାମାନଙ୍କୁ ପ୍ରାଥମିକତା ଭିତ୍ତିରେ ଚିହ୍ନଟ କରିବା ସହିତ ଆଗାମୀ ୨ ସପ୍ତାହ ମଧ୍ୟରେ ମଧୁବାବୁ ପେନ୍‌ସନ୍‌ ଯୋଜନାରେ ସେମାନଙ୍କୁ ସାମିଲ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ସେହିପରି କୋଭିଡ ପରିସ୍ଥିତିକୁ ଦୃଷ୍ଟିରେ ରଖି ସମସ୍ତ ସାମାଜିକ ନିରାପତ୍ତା ଯୋଜନାର ହିତାଧିକାରୀମାନଙ୍କୁ ଆଗୁଆ ୩ ମାସର ପେନ୍‌ସନ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏହି ପେନ୍‌ସନ ନଗଦ ଟଙ୍କା ଆକାରରେ ହିତାଧିକାରୀଙ୍କ ଗାଁରେ ହିଁ ଦିଆଯିବ।

କରୋନାର ତୃତୀୟ ଲହରରେ ଶିଶୁଙ୍କୁ ଫୋକସ କରିବାକୁ କୁହାଯାଇଛି । ମେଡିକାଲରେ ଅକ୍ସିଜେନ୍ ବ୍ୟବହାର ମଧ୍ୟ ହ୍ରାସ ପାଉଛି । ଏହାସହ ଆଇସିୟୁ ଓ ଏଚଡିୟୁ ସମସ୍ୟାରେ ମଧ୍ୟ ସୁଧାର ଆସୁଛି । ତେବେ ଆସନ୍ତା ସପ୍ତାହ ସୁଦ୍ଧା କୋଭିଡ ସ୍ଥିତିରେ ଉନ୍ନତି ଆସିବ ବୋଲି ସମୀକ୍ଷା ପରେ କହିଛନ୍ତି ମୁଖ୍ୟମନ୍ତ୍ରୀ ।

ବୈଠକରେ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର କହିଛନ୍ତି ଯେ ଗ୍ରାମାଞ୍ଚଳରେ ସଂକ୍ରମଣ ରୋକିବା ପାଇଁ ବର୍ତ୍ତମାନ ସ୍ବତନ୍ତ୍ର ଗୁରୁତ୍ବ ଦିଆଯାଉଛି । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଗୋଷ୍ଠୀ ସଂଗଠନ ଗୁଡିକର ଯୋଗଦାନ ଏବଂ କୋଭିଡ ପରୀକ୍ଷାକୁ ଆହୁରି ଜୋରଦାର କରାଯିବ ବୋଲି ସେ କହିଛନ୍ତି ।

Get real time updates directly on you device, subscribe now.