fbpx

କାଲିଠୁ ୫ ଦିନ ବର୍ଷିବ! ଜାଣନ୍ତୁ କେଉଁ ଜିଲ୍ଲାରେ ଅଧିକ

ଭୁବନେଶ୍ୱର,୧୮ ।୧୦(ଓଡିଶା ଭାସ୍କର): ୧୯ରେ ପୂର୍ବ-ମଧ୍ୟ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ୨୦ତାରିଖ ଭିତରେ ଏହା ଅଧିକ ଘନୀଭୂତ ହେବା ସମ୍ଭାବନା ରହିଛି । ଏହାର ପ୍ରଭାବରେ ରାଜ୍ୟରେ ଆଗାମୀ ୫ ଦିନ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଦିଆଯାଇଛି । ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ତେବେ ୧୯ ଅକ୍ଟୋବର ପାଇଁ ୫ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ୫ଟି ଜିଲ୍ଲା ମଧ୍ୟରେ ରହିଛି –ମାଲକାନଗିରି, କୋରାପୁଟ, ରାୟଗଡା, ଗଞ୍ଜାମ, ଗଜପତି । ଏହା ସହ ମତ୍ସ୍ୟଜୀବୀମାନେ ସମୁଦ୍ର ଭିତରକୁ ନଯିବାକୁ ପରାମର୍ଶ ଦିଆଯାଇଛି ।

Get real time updates directly on you device, subscribe now.