fbpx
BSKY
BJD MC SKY
BJD YOUTH SKY

ଆଜିଠୁ ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ ବାୟୁ ସ୍ୱାସ୍ଥ୍ୟ ସେବା, ପ୍ରଥମ ପର୍ଯ୍ୟାୟରେ ୪ ଜିଲ୍ଲାବାସୀଙ୍କୁ ମିଳିବ ସୁବିଧା

ଭୁବନେଶ୍ୱର, (ଭାସ୍କର ନ୍ୟୁଜ୍‌): ସୋମବାର ଠାରୁ ରାଜ୍ୟରେ ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ ବାୟୁ ସ୍ୱାସ୍ଥ୍ୟ ସେବା । ଏହି କାର୍ଯ୍ୟକ୍ରମର ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପ୍ରଥମ ପର୍ଯ୍ୟାୟରେ ୪ ଜିଲ୍ଲା ଯଥା କଳାହାଣ୍ଡି, ମାଲକାନଗିରି, ନବରଙ୍ଗପୁର ଓ ନୂଆପଡ଼ାର ରୋଗୀଙ୍କ ଚିକିତ୍ସା ପାଇଁ ଏହି ସେବା ଆରମ୍ଭ ହେବ । ରୋଗୀଙ୍କ ପାଖରେ ହେଲିକପ୍ଟରରେ ପହଞ୍ଚିବେ ଡାକ୍ତରୀ ଟିମ୍‌ । ଆବଶ୍ୟକ ସ୍ଥଳେ ରୋଗୀଙ୍କୁ ଏୟାରଲିଫ୍ଟ ମଧ୍ୟ କରାଯାଇପାରେ । ପରବର୍ତ୍ତୀ ସମୟରେ ଅନ୍ୟ ଜିଲ୍ଲାରେ ମଧ୍ୟ ଏହି ସୁବିଧା ଉପଲବ୍ଧ ହେବ ବୋଲି ଜଣାପଡିଛି ।

Get real time updates directly on you device, subscribe now.