fbpx

Alert! ଏଥର ଖରାରେ ସିଝିବ ଓଡ଼ିଶା… ଏବେଠୁ ସତର୍କ କରାଇଲେ ଏସଆରସି

ଭୁବନେଶ୍ୱର: ବର୍ଷା କମିବା ପରେ ଏବେ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ପୁଣିଥରେ ଆରମ୍ଭ ହୋଇଛି । ଅସହ୍ୟ ତାତିକୁ ପ୍ରବଳ ଖରାରେ ସିଝୁଛି ସାରା ଓଡ଼ିଶା । ତେବେ ଆଗାମୀ ଦିନ ପାଇଁ ଏହି ଖରା ଆହୁରି ବୃଦ୍ଧି ପାଇବ ବୋଲି ସତର୍କ ସୂଚନା ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର । ରାଜ୍ୟରେ ଗ୍ରୀଷ୍ମ ପ୍ରବାହକୁ ନେଇ ସମସ୍ତ ଜିଲ୍ଲାପାଳଙ୍କୁ ସତର୍କ କରାଇଛନ୍ତି ଏସଆରସି । ଗ୍ରୀଷ୍ମପ୍ରବାହ ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରିଥିବା ବେଳେ ଏସଆରସି ସମସ୍ତ ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି । ବର୍ତ୍ତମାନ ନିର୍ବାଚନୀ ଋତୁ ଚାଲିଥିବାରୁ ଅଧିକ ଜିଲ୍ଲାପାଳମାନଙ୍କୁ ସତର୍କ ରହିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଏହାସହିତ ଅଂଶୁଘାତରୁ ରକ୍ଷା ପାଇବା ପାଇଁ ବିଭିନ୍ନ ପ୍ରତିଷେଧ ମୂଳକ ପଦକ୍ଷେପ ନେବାକୁ ଏସଆରସି ପରାମର୍ଶ ଦେଇଛନ୍ତି ।

Get real time updates directly on you device, subscribe now.