fbpx
BJD SKY
BJD SKY

ରାଜ୍ୟରେ ବାତିଲ ହେଲା +୨ ପରୀକ୍ଷା

BJD

ଭୁବନେଶ୍ୱର, ୧ା୭(ଓଡ଼ିଶା ଭାସ୍କର): କରୋନା ସଂକ୍ରମଣ ରାଜ୍ୟରେ ଦିନକୁ ଦିନ ବ୍ୟାପିବାରେ ଲାଗିଛି । ଏହାକୁ ଦୃଷ୍ଟିରେ ରଖି ଯୁକ୍ତ ଦୁଇର ଅବଶିଷ୍ଟ ପରୀକ୍ଷାଗୁଡ଼ିକ ବାତିଲ କରାଯାଇଛି । ଆଉ ଛାତ୍ରଛାତ୍ରୀଙ୍କୁ ଦେବାକୁ ପଡ଼ିବନି ବଳକା ଥିବା ପରୀକ୍ଷା । ତାଲାବନ୍ଦ ଯୋଗୁଁ ୪ଟି ଷ୍ଟ୍ରିମର ୨୩ଟି ପରୀକ୍ଷା ହୋଇପାରିନଥିଲା । ପରୀକ୍ଷା ବାତିଲ ନେଇ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି । ପୂର୍ବରୁ ସେହିପରି ସିବିଏସଇ ଓ ଆଇସିଏସଇ ପରୀକ୍ଷା ବାତିଲ କରାଯାଇଥିଲା । କେନ୍ଦ୍ର ମାନବ ସମ୍ବଳ ବିକାଶ ମନ୍ତ୍ରାଳୟ ପକ୍ଷରୁ ପରୀକ୍ଷା ବାତିଲ କରାଯାଇଛି । ରାଜ୍ୟ ସରକାର ମଧ୍ୟ ଛାତ୍ରଛାତ୍ରୀଙ୍କ ସୁରକ୍ଷା ଦୃଷ୍ଟିରୁ ଏହିପରି ନିଷ୍ପତ୍ତି ନେଇଛନ୍ତି ।

Get real time updates directly on you device, subscribe now.