ଆଜି ଖୋଲା ରହିବ ସମସ୍ତ ସରକାରୀ କାର୍ଯ୍ୟାଳୟ: ଉପସ୍ଥିତ ନ ରହିଲେ କାର୍ଯ୍ୟାନୁଷ୍ଠାନ
ରାଜ୍ୟର ବିଭିନ୍ନ ଜିଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏହାକୁ ଦୃଷ୍ଟିରେ ରଖି ସମସ୍ତ ସରକାରୀ କାର୍ଯ୍ୟାଳୟର ଛୁଟି ଶନିବାର ବାତିଲ କରାଯାଇଛି ।
ଭୁବନେଶ୍ବର: ରାଜ୍ୟର ବିଭିନ୍ନ ଜିଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏହାକୁ ଦୃଷ୍ଟିରେ ରଖି କଟକ ଜିଲ୍ଲାପାଳ ଦତ୍ତାତ୍ରୟ ଭାଉସାହେବ ଶିନ୍ଦେ ଜିଲାର ସମସ୍ତ ସରକାରୀ କାର୍ଯ୍ୟାଳୟର ଛୁଟି ଶନିବାର ବାତିଲ କରିଛନ୍ତି। ପ୍ରବଳ ବର୍ଷା ଓ ଜଳବନ୍ଦୀ ପରିସ୍ଥିତିକୁ ଦୃଷ୍ଟିରେ ରଖି ଛୁଟି ବାତିଲ ଘୋଷଣା କରାଯାଇଛି ।
ଏଥିସହ ଜିଲାର ଅନ୍ୟାନ୍ୟ ଅଞ୍ଚଳରେ ମଧ୍ୟ ବର୍ଷାବିତ୍ପାତଜନିତ ସମସ୍ୟା ଦେଖାଦେଇପାରେ। ତେଣୁ ଜରୁରୀକାଳୀନ ପରିସ୍ଥିତିର ମୁକାବିଲା ପାଇଁ ପ୍ରଶାସନ ସଜାଗ ରହିବା ନିହାତି ଆବଶ୍ୟକ। ସେଥିପାଇଁ ଜିଲାର ସମସ୍ତ ସରକାରୀ କାର୍ଯ୍ୟାଳୟ ଖୋଲା ରହିବ।
ଜିଲାର ସମସ୍ତ ଅଧିକାରୀ ଓ କର୍ମଚାରୀ ମୁଖ୍ୟାଳୟରେ ଉପସ୍ଥିତ ରହିବେ ବୋଲି ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ଏହାର ଖିଲାପ କଲେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଜିଲ୍ଲାପାଳ ଚେତାଇ ଦିଆଯାଇଛି।