16 ରେ ସର୍ବଦଳୀୟ ବୈଠକ, ଏହି ଦିନଠୁ ଆରମ୍ଭ ହେବ ମୌସୁମୀ ଅଧିବେଶନ…

ଅନ୍ୟପଟେ ବିଭାଗୀୟ ସଚିବମାନଙ୍କ ପାଇଁ ନିର୍ଦ୍ଦେଶନାମା ଜାରି କରାଯାଇଛି ।

ଓଡ଼ିଶା ଭାସ୍କର:  ଆସନ୍ତା ୧୬ ତାରିଖରେ ହେବ ସର୍ବଦଳୀୟ ବୈଠକ ।  ତାହାସହ ଆସନ୍ତା ୧୮ରୁ ୨୫ ଯାଏ ବିଧାନସଭା ମୌସୁମୀ ଅଧିବେଶନ ହେବ ବୋଲି ଜଣା ପଡ଼ିଛି  । ୧୬ରେ ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ ଡକାଯିବ। ସୁରୁଖୁରରେ ବିଧାନସଭା ସାରିବା ନେଇ ହେବ ଆଲୋଚନା ବୋଲି ଜଣାପଡ଼ିଛି। ବିଧାନସଭାରେ ୭ଟି କାର୍ଯ୍ୟ ଦିବସ ରହିଛି ।

ଅନ୍ୟପଟେ ବିଭାଗୀୟ ସଚିବମାନଙ୍କ ପାଇଁ ନିର୍ଦ୍ଦେଶନାମା ଜାରି କରାଯାଇଛି । ନିର୍ଦ୍ଦେଶନାମା ଜାରି କରିଛନ୍ତି ମୁଖ୍ୟ ଶାସନ ସଚିବ ବିଧାନସଭାରେ ଉତଥାପନ ପ୍ରସଙ୍ଗର ସମସ୍ତ ଉତ୍ତର ଠିକ ଭାବେ ଦିଆଯିବ । ଏ ନେଇ ବ୍ୟକ୍ତିଗତ ଧ୍ୟାନ ଦେବାକୁ ଅଫିସରଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ବିଭାଗୀୟ ସଚିବ ବିଦେଶ ଯାତ୍ରାରୁ ନିବୃତ୍ତ ରହିବାକୁ ନିର୍ଦ୍ଦେଶରେ କୁହାଯାଇଛି । ରାଜ୍ୟ ବାହାରକୁ ଗସ୍ତ ଯଥାସମ୍ଭବ ସୀମିତ କରିବାକୁ କୁହାଯାଇଛି । ସ୍ଥିର କରାଯାଇଥିବା ଗସ୍ତ କାର୍ଯ୍ୟକ୍ରମ ଘୁଞ୍ଚାଇବାକୁ ନିର୍ଦ୍ଦେଶନାମାରେ ଦର୍ଶାଯାଇଛି ।