fbpx
BSKY SKY
BSKY SKY

ଭୁବନେଶ୍ୱରରେ ସବୁ ଧର୍ମାନୁଷ୍ଠାନ ବନ୍ଦ, ଜାଣନ୍ତୁ କେତେ ଦିନ ?

BSKY

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ନୂଆବର୍ଷରେ କରୋନା ମୁକାବିଲା ପାଇଁ ନୂଆ ନିର୍ଦ୍ଦେଶାନାମା ଜାରି ହେଉଛି । ଏହାରି ମଧ୍ୟରେ ବିଏମସି ଅଧିନରେ ଥିବା ସବୁ ଧର୍ମାନୁଷ୍ଠାନ ୩ ଦିନ ବନ୍ଦ ରହିବ ବୋଲି ଘୋଷଣା ହୋଇଛି । କାଲିଠାରୁ ୨ ତାରିଖ ଯାଏ ଶ୍ରଦ୍ଧାଳୁଙ୍କ ପାଇଁ ସମସ୍ତ ଧର୍ମାନୁଷ୍ଠାନ ବନ୍ଦ ରହିବ । ଓମିକ୍ରନ ସଂକ୍ରମଣକୁ ଦୃଷ୍ଟି ରଖି ବିଏମସି ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଛି ।

ତେବେ କରୋନାର ନୂଆ ଭାରିଆଣ୍ଟ ନିଜର କାୟା ବିସ୍ତାର କରିବାରେ ଲାଗିଛି । ଆଜି ରାଜ୍ୟରେ ଆଉ ୫ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏନେଇ ସ୍ୱାସ୍ଥ୍ୟ ବିଭାଗକୁ ଅବଗତ କରିଛି ଆଇଏଲଏସ ।ଏହି କ୍ରମରେ ରାଜ୍ୟରେ ମୋଟ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୧୪ରେ ପହଞ୍ଚିଛି । ଗତ ୨୧ ତାରିଖରେ ରାଜ୍ୟରେ ପ୍ରଥମ ଓ ଗତ ୨୬ରେ ୪ ଜଣ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ଗତକାଲି ପୁଣି ଜଣେ ନୂଆ ଚିହ୍ନଟ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଆଜିର ସଂଖ୍ୟାକୁ ମିଶାଇ ରାଜ୍ୟରେ ସମୁଦାୟ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୧୪ରେ ପହଞ୍ଚିଛି ।

Get real time updates directly on you device, subscribe now.