fbpx

ଆଜି ମାଲକାନଗିରିରେ ସବୁ ସ୍କୁଲ ଛୁଟି: ଜିଲ୍ଲାପାଳଙ୍କ ସୂଚନା

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ମାଲକାନଗିରିର ସମସ୍ତ ସ୍କୁଲ ଆଜି ଛୁଟି । ବାତ୍ୟା ‘ଅସାନି’କୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ଛୁଟି ନିଷ୍ପତ୍ତି ନେଇଛି । ଏନେଇ ନିର୍ଦ୍ଦେଶ ଦେଇଛନ୍ତି ମାଲକାନଗିରି ଜିଲ୍ଲାପାଳ । ଆଜି ମାଲକାନଗିରିର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ଛୁଟି ଘୋଷଣା ହୋଇଛି ।

ତେବେ ବାତ୍ୟା ‘ଅସାନି’ର ମୁକାବିଲା ନେଇ ଜିଲ୍ଲାପାଳ ବିଶାଲ ସିଂଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା । ଏ ବୈଠକରେ ସମସ୍ତ ବିଡିଓ, ତହସିଲଦାର ଏବଂ ଜିଲ୍ଲାସ୍ତରୀୟ ଅଧିକାରୀ ସାମିଲ ହୋଇଥିଲେ । ବାତ୍ୟା ନେଇ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିବା ପାଇଁ ସମସ୍ତ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ ।

ଅସୁରକ୍ଷିତ ଘରେ ରହୁଥିବା ଲୋକ, ଗର୍ଭବତୀ ମହିଳା ଏବଂ ଭିନ୍ନକ୍ଷମମାନଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରିବାକୁ ବୈଠକରେ ନିଷ୍ପତ୍ତି ନିଆଯାଇଛି । କଚା ଘରେ ବାସ କରୁଥିବା ଲୋକଙ୍କୁ ନିରାପଦ ସ୍ଥାନକୁ ସ୍ଥାନାନ୍ତରିତ କରିବା ସହ ସମସ୍ତ ବ୍ଲକ ଗୁଡିକରେ ଅଫିସରମାନେ ରହି ତଦାରଖ କରିବାକୁ ଜିଲ୍ଲାପାଳ ନିର୍ଦେଶ ଦେଇଛନ୍ତି ।

ମଙ୍ଗଳବାର ରାତିଠାରୁ ମାଇକରେ ପ୍ରଚାର କରିବା ସହ ଖାଦ୍ୟ ପଦାର୍ଥ ଅସହାୟ ଲୋକଙ୍କୁ ଯୋଗାଇ ଦେବାକୁ ପରାମର୍ଶ ଦେଇଛନ୍ତି । ଏଥିସହ ମାଲକାନଗିରି ଜିଲ୍ଲାକୁ ଏକ ଓଡ୍ରାଫ ଟିମ ଆସିଥିବା ନେଇ ସୂଚନା ଦେଇଛନ୍ତି ।

Get real time updates directly on you device, subscribe now.