fbpx
BSKY
BJD SHG SKY
BJD YOUTH SKY

ଆସନ୍ତାକାଲି ଠାରୁ ଖୋଲିବ ସମସ୍ତ ସରକାରୀ, ବେସରକାରୀ ସ୍କୁଲ ଓ ଅଙ୍ଗନବାଡ଼ି: ଗ୍ରୀଷ୍ମର ପ୍ରକୋପ ବଢ଼ିଲେ ହେବ ଛୁଟି ଘୋଷଣା

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ପ୍ରବଳ ଗରମର ଅସହ୍ୟ ଯନ୍ତ୍ରଣାରେ ଛଟପଟ ହେଉଛନ୍ତି ରାଜ୍ୟବାସୀ । ଫଳରେ ଜନସାଧାରଣ ଘରୁ ବାହାରକୁ ବାହାରି ପାରୁ ନାହାନ୍ତି । ସେଥିପାଇଁ ବାହାରକୁ ଯିବା ସମୟରେ ସାଙ୍ଗରେ ପାଲି ବୋତଲ, ଓଦା ଗାମୁଛା, ଛତା ନେବାକୁ ପରାମର୍ଶ ଦିଆଯାଇଛି । ସକାଳ ୯ଟାରୁ ଅପରାହ୍ଣ ୪ଟା ପର୍ଯ୍ୟନ୍ତ ଘରେ ରହିବାକୁ ରାଜ୍ୟ ସରକାରଙ୍କ ତରଫରୁ କୁହାଯାଇଛି ।

ତେବେ ଗ୍ରୀଷ୍ମର ପ୍ରକୋପକୁ ଦୃଷ୍ଟିରେ ରଖି ରାଜ୍ୟରେ ସ୍କୁଲଗୁଡ଼ିକୁ ବନ୍ଦ କରାଯାଇଥିଲା । ଆସନ୍ତାକାଲି ଠାରୁ ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ଖୋଲିବା ସହିତ ସକାଳ ୬ରୁ ୧୧ଟା ପର୍ଯ୍ୟନ୍ତ ପାଠପଢ଼ା ଚାଲିବ । ଏଥିସହିତ ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟ ଖୋଲିବ ବୋଲି ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ଆବଶ୍ୟକ ପଡ଼ିଲେ ସ୍କୁଲ କର୍ତ୍ତୃପକ୍ଷ ସ୍କୁଲ ଟାଇମିଂ ପରିବର୍ତ୍ତନ କରିବା ସହିତ ଛୁଟି ଘୋଷଣା କରିପାରିବେ ବୋଲି ରାଜ୍ୟ ସରକାରଙ୍କ ତରଫରୁ କୁହାଯାଇଛି । ପ୍ରଚଣ୍ଡ ଖରାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଗତ ୧୨ ତାରିଖରୁ ୧୬ ତାରିଖ ପର୍ଯ୍ୟନ୍ତ ସ୍କୁଲ ବନ୍ଦ ନେଇ ଘୋଷଣା କରିଥିଲେ ।

ସେହିପରି ଆସନ୍ତାକାଲି ଠାରୁ ରାଜ୍ୟର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ଖୋଲିବ । ସକାଳ ୭ଟାରୁ ଦିନ ୧୦ଟା ପର୍ଯ୍ୟନ୍ତ ଅଙ୍ଗନବାଡ଼ି କେନ୍ଦ୍ରରେ ପାଠପଢ଼ା ଚାଲିବ । ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଜିଲ୍ଲାପାଳମାନେ ସେମାନଙ୍କ ଜିଲ୍ଲାର ଅଙ୍ଗନବାଡ଼ି କେନ୍ଦ୍ରମାନଙ୍କରେ ସମୟ ନିର୍ଘଣ୍ଟକୁ ପରିବର୍ତ୍ତନ କରିବା ସହିତ ଛୁଟି ମଧ୍ୟ ଘୋଷଣା କରିପାରିବେ । ଏଥିସହିତ ପ୍ରତି କେନ୍ଦ୍ରମାନଙ୍କରେ ପାନୀୟ ଜଳ ସହିତ ଅନ୍ୟାନ୍ୟ ସୁବିଧା ଉପଲବ୍ଧ କରାଇବାକୁ ନିର୍ଦ୍ଦେଶ ଦିଆଯାଇଛି ।

Get real time updates directly on you device, subscribe now.