ବଡ଼ ଖବର..ବର୍ଷା ପାଇଁ ଆଜି ଏହି ଜିଲ୍ଲାରେ ସମସ୍ତ ସ୍କୁଲ ଛୁଟି
ମୟୂରଭଞ୍ଜ ଜିଲ୍ଲାର ସମସ୍ତ ସ୍କୁଲ ଛୁଟି ଘୋଷଣା କଲେ ଜିଲ୍ଲାପାଳ ।
ନୂଆଦିଲ୍ଲୀ: ଆଜି ମୟୂରଭଞ୍ଜରେ ବନ୍ଦ ରହିବ ସବୁ ସ୍କୁଲ । ମୟୂରଭଞ୍ଜ ଜିଲ୍ଲାର ସମସ୍ତ ସ୍କୁଲ ଛୁଟି ଘୋଷଣା କଲେ ଜିଲ୍ଲାପାଳ ।
ଆସନ୍ତା 12 ଘଣ୍ଟାରେ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଜିଲ୍ଲାର ସମସ୍ତ ସ୍କୁଲ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି ।
ଅନ୍ୟପଟେ ଅନ୍ତେବାସୀମାନଙ୍କୁ କଚ୍ଚା ଘରକୁ ସ୍ଥାନାନ୍ତର କରିବା ପାଇଁ ମଧ୍ୟ କୁହାଯାଇଛି । କହିରଖୁଛୁ କି, ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପକୂଳରେ ଅବପାତ ସୃଷ୍ଟି ହୋଇଛି । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।
ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି । କେତେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିିଥିବା ବେଳେ ସମୁଦ୍ର ମଧ୍ୟ ଅଶାନ୍ତ ରହିବ । ଫଳରେ ମତ୍ସଜୀବୀଙ୍କୁ ସମୁଦ୍ରକୁ ଯିବା ପାଇଁ ବାରଣ କରାଯାଇଛି ।