fbpx

ବାଲେଶ୍ୱର ଓ ବଲାଙ୍ଗିରରେ ‘ଆମ ଓଡ଼ିଶା ନବୀନ ଓଡ଼ିଶା’ କାର୍ଯ୍ୟକ୍ରମ: ୩୩୬ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

Advertisement

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ‘ଆମ ଓଡ଼ିଶା ନବୀନ ଓଡ଼ିଶା’ କାର୍ଯ୍ୟକ୍ରମର ସପ୍ତମ ପର୍ଯ୍ୟାୟରେ ଆଜି ବଲାଙ୍ଗିର ଓ ବାଲେଶ୍ୱର ଜିଲ୍ଲାରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି । ବଲାଙ୍ଗିର ଜିଲ୍ଲାରେ ୩ ହଜାର ୯୧୧ଟି ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପ ଲାଗି ରାଜ୍ୟ ସରକାର ୧୫୮ କୋଟି ୫୦ଲକ୍ଷ ଟଙ୍କା ବ୍ୟୟ କରିବେ ବୋଲି ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ସୂତ୍ରରୁ ଜଣାପଡ଼ିଛି ।

ସେହିପରି ‘ଆମ ଓଡ଼ିଶା ନବୀନ ଓଡ଼ିଶା’ ଯୋଜନାରେ ବାଲେଶ୍ୱର ଜିଲ୍ଲାରେ ୧୭୮ କୋଟି ଟଙ୍କା ବ୍ୟୟରେ ହେବାକୁଥିବା ୪ ହଜାର ୪୬୫ଟି ଉନ୍ନୟନମୂଳକ ପ୍ରକଳ୍ପ ଗୁଡ଼ିକର ମୁଖ୍ୟମନ୍ତ୍ରୀ ଶୁଭାରମ୍ଭ କରିଛନ୍ତି । ରାଜ୍ୟର ଗ୍ରାମାଞ୍ଜଳଗୁଡ଼ିକର ବିକାଶ ସହିତ ଜଗନ୍ନାଥ ସଂସ୍କୃତିର ସଂରକ୍ଷଣ ଓ ପ୍ରଚାରପ୍ରସାର, ପୂଜାସ୍ଥଳିଗୁଡ଼ିକର ଉନ୍ନତୀକରଣ ଏବଂ ଐତିହ୍ୟସ୍ଥଳଗୁଡ଼ିକର ଉପଯୁକ୍ତ ରକ୍ଷଣାବେକ୍ଷଣ ଏବଂ ବିକାଶ ଲାଗି ରାଜ୍ୟ ସରକାର ‘ଆମ ଓଡ଼ିଶା ନବୀନ ଓଡ଼ିଶା’ କାର୍ଯ୍ୟକ୍ରମ ଜାରି ରଖିଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି, ଗ୍ରାମାଞ୍ଚଳଗୁଡ଼ିକରେ ରୂପାନ୍ତର ଆଣିବା ତାଙ୍କ ସରକାରଙ୍କ ଲକ୍ଷ୍ୟ ।

Get real time updates directly on you device, subscribe now.