fbpx
BJD
BJD SKY
BJD SKY

ଆଜି ମହାପ୍ରଭୁ ଲିଙ୍ଗରାଜଙ୍କୁ ଦର୍ଶନ କରିବେ ଅମିତ୍ ଶାହ, କଟକରେ ନେତାଜୀ ସୁବାଷ ଚନ୍ଦ୍ର ବୋଷଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବେ

ଭୁବନେଶ୍ୱର (ଭାସ୍କର ନ୍ୟୁଜ୍‌) : ଆଜି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଲିଙ୍ଗରାଜ ମନ୍ଦିର ଯାଇ ମହାପ୍ରଭୁ ଲିଙ୍ଗରାଜଙ୍କୁ ଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି । ଏହାପରେ କଟକରେ ଅମୃତ ମହୋତ୍ସବ ଅବସରରେ ନେତାଜୀ ସୁବାଷ ଚନ୍ଦ୍ର ବୋଷଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବା ସହ ତାଙ୍କ ଜନ୍ମସ୍ଥାନ ପରିଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି । ଏହାପରେ ସେ କଟକ ଇଣ୍ଡୋର ଷ୍ଟାଡିୟମ୍‌ରେ ଅନୁଷ୍ଠିତ ହେବାକୁ ପ୍ରଜାତନ୍ତ୍ରର ୭୫ତମ ପ୍ରତିଷ୍ଠା ଦିବସରେ ଯୋଗଦେବେ ।

ସେଠାରୁ ଫେରିବା ପରେ ଅପରାହ୍ଣରେ ରାଜ୍ୟ ବିଜେପି କାର୍ଯ୍ୟାଳୟରେ ରାଜନୈତିକ କାର୍ଯ୍ୟକ୍ରମରେ ଯୋଗ ଦେବା ପରେ ସୋମବାର ସନ୍ଧ୍ୟାରେ ଦିଲ୍ଲୀ ଫେରିଯିବାର କାର୍ଯ୍ୟକ୍ରମ ରହିଛି । ଶ୍ରୀ ଶାହାଙ୍କ ଗସ୍ତ ପାଇଁ ୨୨ ପ୍ଲାଟୁନ୍‌ ଫୋର୍ସ ମୁତୟନ କରାଯାଇଛି । ରବିବାର ବିମାନ ବନ୍ଦରରୁ ମେ ଫେୟାର ଓ ମେ ଫେୟାରରୁ ଲିଙ୍ଗରାଜ ମନ୍ଦିର ପର୍ଯ୍ୟନ୍ତ କାରକେଡ୍‌ ରିହଲସଲ୍‌ କରିଛି କମିଶନରେଟ୍‌ ପୋଲିସ । ତେବେ କଟକରେ ପ୍ରଜାତନ୍ତ୍ର ପ୍ରତିଷ୍ଠା ଦିବସ ଉପଲକ୍ଷେ ଆୟୋଜିତ ଉତ୍ସବରେ ଶାହା ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଗୋଟିଏ ମଞ୍ଚରେ ଦେଖିବାକୁ ମିଳିବ ।

ସୂଚନା ମୁତାବିକ, ରବିବାର ବିଳମ୍ବିତ ରାତିରେ ଓଡ଼ିଶାରେ ପହଞ୍ଚିଲେ ଥିଲେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହ । ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ପରେ ଗୃହମନ୍ତ୍ରୀଙ୍କୁ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା କରାଯାଇଥିଲା। କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ତାଙ୍କ ସହ ଆସିଥିଲେ। ଉଭୟଙ୍କୁ ଏୟାରପୋର୍ଟରେ ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା । ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତି ଓ ଦଳର ବରିଷ୍ଠ ନେତାମାନେ ତାଙ୍କୁ ସ୍ବାଗତ କରିଥିଲେ। ଶଙ୍ଖ ଢ଼ୋଲ, ମୃଦଙ୍ଗ ବଜାଇ ପାରମ୍ପରିକ ନୃତ୍ୟୁ ମାଧ୍ୟମରେ ତାଙ୍କୁ ସ୍ବାଗତ କରାଯାଇଥିଲ।

Get real time updates directly on you device, subscribe now.