fbpx
BSKY
BJD SHG SKY
BJD YOUTH SKY

ଆସନ୍ତାକାଲି ବସିବ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ: କାମଚଳା ବଜଟେକୁ ମିଳିବ ମଞ୍ଜୁରୀ

ଭୁବନେଶ୍ୱର: ରାଜ୍ୟ କ୍ୟାବିନେଟ୍‍ ଏବଂ ମନ୍ତ୍ରୀ ପରିଷଦର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଆସନ୍ତାକାଲି ସନ୍ଧ୍ୟାରେ ଅନୁଷ୍ଠିତ ହେବ । ଏଥିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଧ୍ୟକ୍ଷତା କରିବେ । ଏହି ବୈଠକରେ କେତେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ ମିଳିବାର ସମ୍ଭାବନା ରହିଛି । ଏହାଛଡା ଏହି ବୈଠକରେ କାମଚଳା ବଜେଟ୍‍କୁ ମଞ୍ଜୁରୀ ପ୍ରଦାନ କରାଯିବ ।

ନିକଟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟରେ ୨ଟି ବିଭାଗର ୫ଟି ପ୍ରସ୍ତାବ ଉପରେ ମୋହର ଲାଗିଛି । କ୍ୟାବିନେଟ ବୈଠକରେ ଆଦିବାସୀ ଭାଷାର ସଂରକ୍ଷଣ ଏକ କମିଶନ ଗଠନ ହେବ ବୋଲି ନିଷ୍ପତ୍ତି ନିଆଯାଇଛି। ଏଥି ସହିତ ଟେକ୍ନୋଲୋଜିର ବ୍ୟବହାର କରି ଭାଷାର ପ୍ରଚାର ପ୍ରସାର କରାଯିବ। ୧୬୯ ଜନଜାତିକୁ ଆଦିବାସୀ ମାନ୍ୟତା ପାଇଁ ରାଜ୍ୟ ସରକାର କେନ୍ଦ୍ର ସରକାରଙ୍କୁ ସୁପାରିସ କରିବେ। ଏନେଇ କ୍ୟାବିନେଟ ନିଷ୍ପତ୍ତି ନେଇଛି। ଏଥି ସହିତ ହୋ, ମୁଣ୍ଡାରୀ, ସଉରା ଓ କୁଇ ଭାଷାକୁ ଭାରତୀୟ ସମ୍ବିଧାନର ଅଷ୍ଟମ ଅନୁଚ୍ଛେଦରେ ସାମିଲ କରିବା ନେଇ ଦାବି ଦୋହରାଇବାକୁ ମଧ୍ୟ ନିଷ୍ପତ୍ତି ନିଆଯାଇଛି।

Get real time updates directly on you device, subscribe now.