fbpx

କଟକକୁ ଜାରି ହେଲା ଅରେଞ୍ଜ ୱାର୍ଣ୍ଣିଂ, ଲୋକଙ୍କୁ ସତର୍କ କଲା ପାଣିପାଗ ବିଭାଗ

କଟକ: ରାଜ୍ୟରେ ଜାରି ରହିଛି ବର୍ଷା । ଏହାରି ମଧ୍ୟରେ ପାଣିପାଗ ବିଭାଗ ପ୍ରବଳ ବର୍ଷା ଯୋଗୁଁ କଟକକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି । ଆଗମୀ ୨ ଘଣ୍ଟା ପାଇଁ ପାଣିପାଗ କେନ୍ଦ୍ର ସତର୍କ କରିଛି । ସତର୍କ ସୂଚନାରେ କୁହାଯାଇଛି ଯେ, କଟକ ସହରର ତଳି ଅଞ୍ଚଳରେ ପାଣି ଜମିପାରେ । ଏଥିପାଇଁ ସୁରକ୍ଷିତ ସ୍ଥାନରେ ରହିବାକୁ ଲୋକଙ୍କୁ ପରାମର୍ଶ ଦିଆଯାଇଛି ।

ଝାଡ଼ଖଣ୍ଡ ଉପରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ସହ ସକ୍ରିୟ ମୌସୁମୀ ବାୟୁ ପ୍ରଭାବରେ ୩ ପର୍ଯ୍ୟନ୍ତ ବର୍ଷା ଜାରି ରହିବ । ଆଜି ସକାଳେ ଅନୁଗୁଳ, ଢେଙ୍କାନାଳ, ଯାଜପୁର, କେନ୍ଦୁଝର,ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ମୟୂରଭଞ୍ଜ, ସୁନ୍ଦରଗଡ଼, ଝାରସୁଗୁଡ଼ା, ବାଲେଶ୍ୱର, ଭଦ୍ରକ, ସମ୍ବଲପୁର, ଦେବଗଡ଼, ବରଗଡ଼ ଜିଲ୍ଲାରେ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ଏଥିସହ କଟକରେ ଅଧିକ ବର୍ଷା ଯୋଗୁଁ ଲୋକମାନଙ୍କୁ ସୁରକ୍ଷିତ ସ୍ଥାନରେ ରହିବାକୁ ପରାମର୍ଶ ଦିଆଯାଇଛି ।

Get real time updates directly on you device, subscribe now.