fbpx
BSKY
BJD SHG SKY
BJD YOUTH SKY

କୋଟିଆରେ ଆନ୍ଧ୍ରର ପଞ୍ଚାୟତ ନିର୍ବାଚନ

ଜୟପୁର,୮ ।୨(ଓଡିଶା ଭାସ୍କର) : କୋଟିଆର ୩ଟି ପଞ୍ଚାୟତରେ ଆନ୍ଧ୍ରର ନିର୍ବାଚନ ପ୍ରସଙ୍ଗରେ ୨ ସରପଞ୍ଜ ପ୍ରାର୍ଥୀ ନିଦ୍ୱର୍ନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି । ତଳଗଞ୍ଜେଇପଦର ଓ ଫଗୁଣସିନେରୀରେ ୨ ଜଣ ସରପଞ୍ଚ ପ୍ରାର୍ଥୀ ନିଦ୍ୱର୍ନ୍ଦ୍ୱରେ ନିର୍ବାଚିତ ହୋଇଥିବା ଜଣାପଡିଛି । ଅନ୍ୟପଟେ ପଟୁସିନେରୀ ପଞ୍ଚାୟତରେ ୧୩ରେ ନିର୍ବାଚନ ହେବ । ତେବେ ଆନ୍ଧ୍ର ନିର୍ବାଚନ କମିଶନଙ୍କ ପକ୍ଷରୁ କୋଟିଆ ପଞ୍ଚାୟତର ତଳଗଞ୍ଜେଇପଦର, ପଟୁସିନେରୀ ଓ ଫଗୁଣସୁନେରୀ ଗାଁକୁ ପଞ୍ଚାୟତ ମାନ୍ୟତା ଦେଇ ନିର୍ବାଚନ କରିବାକୁ ଘୋଷଣା କରାଯାଇଛି ।

ଅନ୍ୟପଟେ କୋଟିଆରେ ଆନ୍ଧ୍ରର ପଞ୍ଚାୟତ ନିର୍ବାଚନ ଘୋଷଣାକୁ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରିବ ଓଡିଶା । ଏଥିପାଇଁ ସରକାରଙ୍କ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି । ଏହି ପ୍ରସଙ୍ଗରେ ରଣନୀତି ସ୍ଥିର କରିବାକୁ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ହେବ ବୋଲି ଜଣାପଡିଛି । ଏହାପରେ ଓଡିଶା ସରକାର ଆନ୍ଧ୍ରର ଅନୁପ୍ରବେଶ ଉପରେ ରୋକ୍ ଲଗାଇବାକୁ ଆବେଦନ କରିବେ । ଆଡଭୋକେଟ ଜେନେରାଲ ଅଶୋକ ପରିଜାଙ୍କ ପରାମର୍ଶରେ ସରକାର ସୁପ୍ରିମକୋର୍ଟ ଯିବାକୁ ରଣନୀତି ସ୍ଥିର କରିଛନ୍ତି ।

Get real time updates directly on you device, subscribe now.