fbpx

ଆନ୍ଧ୍ରପ୍ରଦେଶର ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ କୋଭିଡ୍‌ ପଜିଟିଭ ଚିହ୍ନଟ୍, ଏଆଇଜି ହସ୍ପିଟାଲରେ ଭର୍ତ୍ତି ; ଟୁଇଟ୍‌ କରି ଆଶୁଆରୋଗ୍ୟ କାମନା କଲେ ନବୀନ

ଭୁବନେଶ୍ୱର(ଭାସ୍କର ନ୍ୟୁଜ୍‌): ଆନ୍ଧ୍ରପ୍ରଦେଶର ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ କୋଭିଡ୍‌ ସଂକ୍ରମିତ ହୋଇଥିବା ଜଣାପଡିଛି । ଅସୁସ୍ଥ ଶ୍ରୀ ହରିଚନ୍ଦନଙ୍କୁ ବିଜୟାୱାଡାରୁ ହାଇଦ୍ରାବାଦ୍‌କୁ ଏୟାର ଲିଫ୍ଟ କରାଯାଇଛି । ବର୍ତ୍ତମାନ ସେ ଗଞ୍ଚିବୋଲିର ଏଆଇଜି ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି ।

ଅପରପକ୍ଷରେ ବିଶ୍ୱ ଭୂଷଣ ହରିଚନ୍ଦନଙ୍କ ଅସୁସ୍ଥତା ଖବର ପାଇବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ତାଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି । ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି ଲେଖିଛନ୍ତି ଆନ୍ଧ୍ରପ୍ରଦେଶର ରାଜ୍ୟପାଳ ତଥା ବରିଷ୍ଠ ରାଜନେତା ବିଶ୍ୱଭୂଷଣ ହରିଚନ୍ଦନ କୋଭିଡ ସଂକ୍ରମିତ ହୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ନେଇ ଅବଗତ ହେଲି । ତାଙ୍କର ଆଶୁଆରୋଗ୍ୟ ଓ ଉତ୍ତମ ସ୍ୱାସ୍ଥ୍ୟ କାମନା କରୁଛି ।

 

Get real time updates directly on you device, subscribe now.