fbpx

୬ ମୃତକଙ୍କ ପରିବାରକୁ ୪ ଲକ୍ଷ ସହାୟତା ରାଶି ଘୋଷଣା: ଘଟଣାକୁ ନେଇ ଦୁଃଖପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଗତକାଲି ଆର୍ଯ୍ୟପଲୀ ନିକଟ ସମୁଦ୍ରରେ ଦୁଇ ଛାତ୍ର ଏବଂ ମାଲକାନାଗିରିରେ କାଳବୈଶାଖୀରେ ୪ଜଣଙ୍କର ମୃତ୍ୟୁ ଘଟିଥିଲା । ତେଣୁ ଏହି ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ଦୁଃଖପ୍ରକାଶ କରିବା ସହିତ ସହାୟତା ରାଶି ଘୋଷଣା କରିଛନ୍ତି । ୬ଜଣ ମୃତକଙ୍କ ପରିବାରକୁ ୪ ଲକ୍ଷ ଲେଖାଁଏ ସହାୟତାର ରାଶିର ମଧ୍ୟ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ।

ସୂଚନା ଅନୁଯାୟୀ, ଗତକାଲି କାଳବୈଶାଖୀ ଯୋଗୁ ମାଲକାନଗିରିରେ ଡଙ୍ଗା ବୁଡି ଘଟଣାରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଏୟାରଷ୍ଟ୍ରିପର ପାଚେରୀ ଭୁଷୁଡି ଦୁଇଜଣଙ୍କ ମୃତ୍ୟୁ ଘଟିଛି । ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ଗଭୀର ସମବେଦନା ଜଣାଇବା ସହିତ ମୃତକଙ୍କ ନିକଟତମ ଆତ୍ମୀୟ ମାନଙ୍କ ପାଇଁ ଚାରି ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି। ଏ ସହାୟତା ପ୍ରଦାନ କରିବା ପାଇଁ ସେ ସ୍ୱତନ୍ତ୍ର ରିଲିଫ କମିଶନରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏତତ୍‌ବ୍ୟତିତ ଆହାତମାନଙ୍କୁ ବିନା ମୂଲ୍ୟରେ ଉନ୍ନତମାନର ଚିକିତ୍ସା ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

ସେହିପରି ଗଂଜାମ ଜିଲ୍ଲାର ଛତ୍ରପୁର ବ୍ଲକରେ ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳରେ ଗାଧେଇବା ବେଳେ ଦୁଇଜଣ ଛାତ୍ରୀଙ୍କ ମୃତ୍ୟୁକୁ ନେଇ ମୁଖ୍ୟମନ୍ତ୍ରୀ ଗଭୀର ଶୋକ ପ୍ରକାଶ କରିବା ସହିତ ସେମାନଙ୍କ ପରିବାରର ନିକଟତମ ଆତ୍ମୀୟଙ୍କୁ ଚାରି ଲକ୍ଷ ଟଙ୍କା ଲେଖାଏ ସହାୟତା ଘୋଷଣା କରିଛନ୍ତି । ମୃତ ଛାତ୍ରୀଙ୍କ ପରିବାରବର୍ଗଙ୍କ ପ୍ରତି ମୁଖ୍ୟମନ୍ତ୍ରୀ ସମବେଦନା ପ୍ରକାଶ କରିଛନ୍ତି ।

Get real time updates directly on you device, subscribe now.