fbpx

ଆଉ ଦୁଇଦିନ କାଳବୈଶାଖୀ, ଆଜିଠୁ ପ୍ରବଳ ବର୍ଷିବ

Advertisement

ଭୁବନେଶ୍ୱର:୨୭ ।୨(ଓଡିଶା ଭାସ୍କର): ରାଜ୍ୟରେ ଆଉ ଦୁଇଦିନ କାଳବୈଶାଖୀ, ଆଜିଠୁ ପ୍ରବଳ ବର୍ଷିବ ।ପୂର୍ବାନୁମାନ ଅନୁଯାୟୀ ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସହ ଜୋର୍ରେ ପବନ ମଧ୍ୟ ବହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି।ଆଜି ୧୩ଟି ଜିଲ୍ଲାରେ କାଳବୈଶାଖୀର ସର୍ବାଧିକ ପ୍ରଭାବ ଅନୁଭୂତ ହୋଇପାରେ। ଏହି ଜିଲ୍ଲାଗୁଡ଼ିକ ହେଲା ନବରଙ୍ଗପୁର, କନ୍ଧମାଳ, କଳାହାଣ୍ଡି, ବଲାଙ୍ଗୀର, ଗଜପତି, ଗଞ୍ଜାମ, କୋରାପୁଟ, ରାୟଗଡ଼ା, ବୌଦ୍ଧ, ନୂଆପଡ଼ା, ମୟୂରଭଞ୍ଜ, ବାଲେଶ୍ବର ଓ କେନ୍ଦୁଝର। ଏହିସବୁ ଜିଲ୍ଲାରେ ପ୍ରବଳ ବର୍ଷା ସହ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିବାର ଆଶଙ୍କା ରହିଛି। ଏଥିପାଇଁ କେନ୍ଦ୍ର ପକ୍ଷରୁ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। କାଳବୈଶାଖୀ ଜନିତ କ୍ଷୟକ୍ଷତି ପାଇଁ ପ୍ରସ୍ତୁତ ରହିବାକୁ କେନ୍ଦ୍ର ପକ୍ଷରୁ ସତର୍କ କରାଇଦିଆଯାଇଛି। ଏଥିସହ ଉପକୂଳ ଓଡ଼ିଶା ସମେତ ନୂଆପଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବୌଦ୍ଧ ଓ ସୋନପୁର ଆଦି ଜିଲ୍ଲାର କେତେକ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ପବନର ବେଗ ଘଣ୍ଟାପ୍ରତି ପ୍ରାୟ ୩୦ରୁ ୪୦ କିମି ଭିତରେ ରହିବ ବୋଲି ପୂର୍ବାନୁମାନ କରାଯାଇଛି। ଏଥିପାଇଁ ଜିଲ୍ଲାଗୁଡ଼ିକରେ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Get real time updates directly on you device, subscribe now.