fbpx

ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ମୃତ, ଜାଣନ୍ତୁ ସମ୍ପୂର୍ଣ୍ଣ ତଥ୍ୟ

ଭୁବନେଶ୍ୱର,୧୪ ।୬(ଓଡିଶା ଭାସ୍କର): ସାରା ରାଜ୍ୟରେ ଏବେ କରୋନା ନିଜର କାୟା ବିସ୍ତାର କରିବାରେ ଲାଗିଲାଣି । ଏନେଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ଓ ମୃତ୍ୟୁ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ଏହାରି ମଧ୍ୟରେ ଆଜି ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ମୃତକ ଜଣକ ଗଞ୍ଜାମ ଜିଲ୍ଲାର ଜଣେ ୫୦ ବର୍ଷିୟ ବୃଦ୍ଧ ବୋଲି ଜଣାପଡିଛି । ସେ ମଧୁମେହ ଓ କିଡନି ସହ ଅନ୍ୟାନ୍ୟ ରୋଗରେ ପୀଡିତ ଥିଲେ । ଏଥି ସହ ଗଞ୍ଜାମ ଜିଲ୍ଲାରେ କରୋନା ମୃତ୍ୟୁ ସଂଖ୍ୟା ୬କୁ ବୃଦ୍ଧି ପାଇଛି । ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଏହା ସହ ଆଜି ରାଜ୍ୟରେ ନୂଆ ୧୮୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭଗେ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.