fbpx

ଆସୁଛି ଆଉ ଏକ ଲଘୁଚାପ! ପଶ୍ଚିମବଙ୍ଗ ଆଖପାଖ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟରେ ଲଘୁଚାପ ପ୍ରଭାବରେ ବର୍ଷା ଲାଗିରହିଥିବା ବେଳେ ପୁଣି ମାଡ଼ି ଆସୁଛି ଆଉ ଏଘ ଲଘୁଚାପ । ପଶ୍ଚିମବଙ୍ଗ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଛି ଏକ ଲଘୁଚାପ କ୍ଷେତ୍ର । ଉତ୍ତର ଓଡ଼ିଶା ଓ ଆଖପାଖ ଅଞ୍ଚଳରେ ମଧ୍ୟ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଉତ୍ତର ଓ ଉପକୂଳ ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ରହିଛି ।

ତେବେ ରାଜ୍ୟରେ ଲଘୁଚାପ ବର୍ଷା ଲାଗି ରହିଛି। ଏହାର ପ୍ରଭାବରେ ଆଜି ୭ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କାର୍ୟ୍ୟାଳୟ ପକ୍ଷରୁ ଏହି ୭ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଉଛନ୍ତି- ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର। ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆଗାମୀ ଦୁଇ ଦିନରେ ବର୍ଷାର ପରିମାଣ କମିବ। ଉତ୍ତର ବଙ୍ଗୋପସାଗରରେ ଗଭୀର ସମୁଦ୍ରରେ ପବନର ବେଗ ଘଣ୍ଟା ପ୍ରତି ୪୦ରୁ ୬୦ କିଲୋମିଟର ମଧ୍ୟରେ ରହିବ। ଏଥିଯୋଗୁଁ ସମୁଦ୍ର ଅଶାନ୍ତ ରହିବ, ତେଣୁ ମତ୍ସ୍ୟଜୀବୀମାନଙ୍କୁ ଆସନ୍ତାକାଲି ପର୍ୟ୍ୟନ୍ତ ସମୁଦ୍ର ମଧ୍ୟକୁ ନଯିବାକୁ କୁହାଯାଇଛି। ଏହା ସହିତ ଉପକୂଳବର୍ତ୍ତୀ ଜିଲ୍ଲା ଓ ତତ୍‌ସଂଲଗ୍ନ କିଛି ଜିଲ୍ଲାକୁ ମିଶାଇ ମୋଟ ୧୭ଟି ଜିଲ୍ଲାରେ ଘଡ଼ଘଡ଼ି ଓ ବଜ୍ରପାତ ସହିତ ବର୍ଷା ହେବାର ସମ୍ଭାବନ ରହିଛି।

Get real time updates directly on you device, subscribe now.