30ରେ ଆଉ ଏକ ଲଘୁଚାପ, 4 ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି

ଆସନ୍ତାକାଲି ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସମ୍ଭାବନା । 30 ତାରିଖ ବେଳକୁ ସୃଷ୍ଟି ହୋଇପାରେ ଲଘୁଚାପ । 4 ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ।

ଭୁବନେଶ୍ବର: ଆସନ୍ତାକାଲି ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସମ୍ଭାବନା । 30 ତାରିଖ ବେଳକୁ ସୃଷ୍ଟି ହୋଇପାରେ ଲଘୁଚାପ । ଆଜି 4 ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । 30 ଓ 1 ତାରିଖ ପାଇଁ ବିଭିନ୍ନ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ରହିଛି ।

ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ ବାଲାଂଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ। ଏହା ପ୍ରଭାବରେ 30ରେ ଲଘୁଚାପ ସୃଷ୍ଟି ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ଶନିବାର ଅର୍ଥାତ ଆଜି ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼ ଓ କେନ୍ଦୁଝରରେ ଭାରି ବର୍ଷା ହୋଇପାରେ। ଉତ୍ତର ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ମଧ୍ୟ ବର୍ଷା ସମ୍ଭାବନା ଅଛି। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତିରେ ପ୍ରବଳ ବର୍ଷା ହୋଇପାରେ। 29 ତାରିଖରେ ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।

30 ତାରିଖରେ ମୟୂରଭଞ୍ଜ, କେନ୍ଦୁଝର ଓ ଯାଜପୁରରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ଏହି 3ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, କଟକ, ଢେଙ୍କାନାଳ, ଅନୁଗୁଳ, ଦେବଗଡ଼, ସମ୍ବଲପୁର ଓ ସୁନ୍ଦରଗଡ଼ରେ ପ୍ରବଳ ବର୍ଷା ସମ୍ଭାବନା ଅଛି।

1 ତାରିଖରେ ନୟାଗଡ଼, କନ୍ଧମାଳ ଓ କଳାହାଣ୍ଡିରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। କୋରାପୁଟ, ନବରଙ୍ଗପୁର, ବଲାଙ୍ଗୀର, ସୋନପୁର, ବୌଦ୍ଧ, କଟକ, ଖୋର୍ଦ୍ଧା, ଗଜପତି, ଗଞ୍ଜାମ, ନୂଆପଡ଼ା, ରାୟଗଡ଼ା ଓ ପୁରୀରେ ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

2 ତାରିଖରେ ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗୀର ଓ ବରଗଡ଼ରେ ପ୍ରବଳ ବର୍ଷା ହୋଇପାରେ । 3 ତାରିଖରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜରେ ପ୍ରବଳ ବର୍ଷା ସମ୍ଭାବନା ଅଛି।