fbpx

୧୭ ବେଳକୁ ଆଉ ଏକ ଲଘୁଚାପ !

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ୧୭/୧୮ ସୁଦ୍ଧା ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ । ଲଘୁଚାପ ସମ୍ଭାବନା ନେଇ ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି । ଅନ୍ୟପଟେ ଲଘୁଚାପ ଜନିତ ବର୍ଷା ନେଇ ମୃତ୍ୟୁଞ୍ଜୟ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି ।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଲଘୁଚାପଟି ଅବପାତରେ ପରିଣତ ହୋଇପାରେ । ଆସନ୍ତାକାଲି ସକାଳ ସୁଦ୍ଧା ଅବପାତ ଭାବେ ଉପକୂଳ ଛୁଇଁବାର ସମ୍ଭାବନା ରହିଛି । ଉତ୍ତର ଆନ୍ଧ୍ର ଏବଂ ଦକ୍ଷିଣ ଓଡ଼ିଶା ମଧ୍ୟରେ ସ୍ଥଳଭାଗ ଛୁଇଁବାର ସମ୍ଭାବନା ରହିଛି । ଏହା ପ୍ରଭାବରେ ଆଜି ଓ ଆସନ୍ତାକାଲି ସାରା ଓଡ଼ିଶାରେ ବର୍ଷା ହେବ । ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ଅନ୍ୟପଟେ ଲଘୁଚାପ ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏଥିପାଇଁ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଲଘୁଚାପ ପ୍ରଭାବରେ କୋରାପୁଟ, କନ୍ଧମାଳ, ଗଜପତି ଓ ଗଞ୍ଜାମରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ଏଥିସହ କଳାହାଣ୍ଡି, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ନବରଙ୍ଗପୁର, ରାୟଗଡ଼ା ଓ ମାଲକାନାଗିରିରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଶନିବାର ଠାରୁ ବର୍ଷାର ପରିମାଣ ବୃଦ୍ଧି ପାଇବ ବୋଲି ସୂଚନା ଦିଆଯାଇଛି । ଆଗାମୀ ୨ ଦିନ ଏହିସବୁ ଜିଲ୍ଲାରେ ଅତି ପ୍ରବଳ ବର୍ଷାର ସମ୍ଭାବନା ଥିଲାବେଳେ ୧୧ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି ।

Get real time updates directly on you device, subscribe now.