fbpx

ବଙ୍ଗୋପସାଗରରେ ସୃଷ୍ଟି ହେଲା ଆଉ ଏକ ଲଘୁଚାପ: ୨୫ ଯାଏଁ ପ୍ରବଳ ବର୍ଷିବ

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଆଉ ଏକ ଲଘୁଚାପ । ଯାହାର ପ୍ରଭାବରେ ଆସନ୍ତା ୨୫ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବା ନେଇ ସମ୍ଭାବନା ରହିଛି । ତେବେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ୮ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏହାବ୍ୟତୀତ ୧୧ଟି ଜିଲ୍ଲା ପାଇଁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାଣ୍ଣିଂ ଜାରି କରାଯାଇଛି । ସେହିପରି ଆସନ୍ତା ୨୨ ଓ ୨୩ ତାରିଖରେ ୭ଟି ଜିଲ୍ଲା ପାଇଁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ ।

ତେବେ ୫ ଦିନ ଲଗାଣ ବର୍ଷା ଯୋଗୁଁ ରାଜ୍ୟର କିଛି ଅଞ୍ଚଳ ଜଳମଗ୍ନ ହୋଇପାରେ । ବିଶେଷ କରି ତଳିଆ ଅଞ୍ଚଳରେ ପାଣି ଜମିବା ନେଇ ଯଥେଷ୍ଟ ସମ୍ଭାବନା ରହିଛି । ସେହିପରି ଆସନ୍ତା ୨୩, ୨୪ ଏବଂ ୨୫ ତାରିଖ ପାଇଁ ୧୧ଟି ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେପଟେ ବର୍ଷାର ପରିମାଣ ବୃଦ୍ଧି ପାଇବାରୁ ହୀରାକୁଦରେ ମଧ୍ୟ ଜଳସ୍ତର ବୃଦ୍ଧି ପାଉଛି । ତେଣୁ ପାଣିକୁ ନିୟନ୍ତ୍ରଣରେ ରଖିବା ପାଇଁ ୨୩ ତାରିଖରେ ହୀରାକୁଦ ଜଳଭଣ୍ଡାରରେ ପ୍ରଥମ ଗେଟ୍ ଖୋଲିବା ନେଇ ନିଷ୍ପତ୍ତି ନିଆଯାଇଛି ।

Get real time updates directly on you device, subscribe now.