ପୁଣି ଆସୁଛି ଆଉ ଏକ ଲଘୁଚାପ, ଆସନ୍ତା 24 ତାରିଖ ବେଳକୁ ସୃଷ୍ଟି ହେବ ଘୂର୍ଣ୍ଣିବଳୟ

24 ତାରିଖ ବେଳକୁ ଆଉ ଏକ ଲଘୁଚାପ କ୍ଷେତ୍ର ସମ୍ଭାବନା । ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ନେଇ ସମ୍ଭାବନା ରହିଛି ।

ଭୁବେନଶ୍ବର: ଆସୁଛି ପୁଣି ଏକ ଲଘୁଚାପ । 24 ତାରିଖ ବେଳକୁ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା । ଉତ୍ତର ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ଦାନା ବାନ୍ଧୁଛି ।

ଆସନ୍ତା ୨୨-୨୪ ତାରିଖରେ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇ ଏହା ପ୍ରଭାବରେ ଏକ ଲଘୁଚାପ ସୃଷ୍ଟି ହେବ। ଫଳରେ ରାଜ୍ୟରେ ୨୩ ତାରିଖରୁ ପୁଣି ବର୍ଷା ବଢ଼ିବ। ବର୍ଷାର ପ୍ରଭାବ ପ୍ରାୟ ୨୬ ପର୍ଯ୍ୟନ୍ତ ଜାରି ରହିବ। ୨୪ ଓ ୨୫ ତାରିଖରେ ସବୁଠୁ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି।

ମିଳିଥିବା ସୂଚନାନୁଯାୟୀ, ଏହି ଲଘୁଚାପଟି ଉତ୍ତର ବଙ୍ଗୋପସାଗର ପାର୍ଶ୍ବବର୍ତ୍ତୀ ବାଂଲାଦେଶ ଓ ପଶ୍ଚିମବଙ୍ଗ ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହେବ। ପରବର୍ତ୍ତୀ ସମୟରେ ଏହା ଅଧିକ ଘନୀଭୂତ ହୋଇ ଅବପାତରେ ପରିଣତ ହୋଇପାରେ।

ଲଘୁଚାପଟି ପଶ୍ଚିମ ଉତ୍ତର-ପଶ୍ଚିମ ଦିଗରେ ଗତି କରିବାକୁ ଥିବାରୁ ପ୍ରଥମେ ଉତ୍ତର ଓଡ଼ିଶାରେ ଏହା ପ୍ରଭାବରେ ପ୍ରବଳ ବର୍ଷା ହେବ। ପରବର୍ତ୍ତୀ ସମୟରେ ଏହା ଝାଡ଼ଖଣ୍ଡ ଓ ଛତିଶଗଡ଼ ମୁହାଁ ହେବାକୁ ଥିବାରୁ ଏହାର ସମୀନ୍ତବର୍ତ୍ତୀ ଓଡ଼ିଶା ଜିଲ୍ଲା ଓ ଆଭ୍ୟନ୍ତରୀଣ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।