fbpx
BSKY
BJD SHG SKY
BJD YOUTH SKY

ଆଗାମୀ ୪୮ ଘଣ୍ଟାରେ ଆସୁଛି ଆଉ ଏକ ଲଘୁଚାପ : ୧୪ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଙ୍ଗ

ଭୁବନେଶ୍ୱର : ସକ୍ରିୟ ହେଉଛି ଆଉ ଏକ ଲଘୁଚାପ । ରାଜ୍ୟରେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଉତ୍ତର- ପଶ୍ଚିମ ବଙ୍ଗୋପସାଗରେ ଅଞ୍ଚଳରେ ଲଘୁଚାପ ବର୍ଷା ସମ୍ଭାବନା । ପୂର୍ବ କେନ୍ଦ୍ରୀୟ ପାର୍ଶ୍ୱବର୍ତ୍ତୀ ଉତ୍ତର- ପୂର୍ବ ବଙ୍ଗୋପସାଗର ଅଞ୍ଚଳର ବାୟୁମଣ୍ଡଳରେ ୩.୧ରୁ ୫.୮ କିମି ମଧ୍ୟରେ ଏକ ଘୁର୍ଣ୍ଣିବଳୟ ସକ୍ରିୟ ହେଉଛି । ଏହାର ପ୍ରଭାବରେ ୪୮ଘଣ୍ଟା ମଧ୍ୟରେ ଉତ୍ତର ପଶ୍ଚିମ- ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏ ନେଇ ଆଞ୍ଚିଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆଗୁଆ ସୂଚନା ଜାରି କରାଯାଇଛି ।

ସୂଚନା ଅନୁସାରେ, ଉତ୍ତର ପଶ୍ଚିମ- ବଙ୍ଗୋପସାଗରରେ ସକ୍ରିୟ ହେଉଥିବା ଲଗୁଚାପ ୪୮ଘଣ୍ଟା ମଧ୍ୟରେ ତାହାର ପ୍ରଭାବ ପକାଇବ । ଏହାର ପ୍ରଭାବରେ ରାଜ୍ୟର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆଗାମୀ ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷ ଜାରି ରହିବ ବୋଲି ପାଣି ପାଗ ବିଭାଗ ସୂଚନା ଜାରି କରିଛନ୍ତି । ଏହି ସମୟରେ କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ଜନିତ ବର୍ଷା ହେବାକୁ ଥିବା ବେଳେ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ଆଜି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ହେବାର ଆଶଙ୍କା ଥିବା ବେଳେ ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କନ୍ଧମାଳ, ବୌଦ୍ଧ, ଅନୁଗୁଳ, କଟକ, ନୟାଗଡ଼, ରାୟଗଡ଼ା, କୋରାପଟ, ମାଲକାନଗିରି ଓ ଢେଙ୍କାନାଳ ଆଦି ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷାର ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ଏହି ୧୪ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ।

Get real time updates directly on you device, subscribe now.