ଆସୁଛି ଆଉ ଏକ ଲଘୁଚାପ ! 18ରୁ ପ୍ରବଳ କାଚିବ, 20 ଯାଏଁ ମତ୍ସଜୀବୀଙ୍କୁ ସମୁଦ୍ର ମନା
18 ତାରିଖ ବେଳକୁ ଲଘୁଚାପ ସୃଷ୍ଟି ନେଇ ସମ୍ଭାବନା ରହିଛି । ଏନେଇ 18 ଓ 19ରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ।
ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଆଉ ଏକ ଲଘୁଚାପ । 18 ତାରିଖ ବେଳକୁ ଲଘୁଚାପ ସୃଷ୍ଟି ନେଇ ସମ୍ଭାବନା ରହିଛି । ଏନେଇ 18 ଓ 19ରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ।
ଲଘୁଚାପ ପ୍ରଭାବରେ 20 ତାରିଖ ଯାଏଁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । 18 ଓ 19 ତାରିଖ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ । 18ରେ ମାଲକାନଗିରି, କୋରାପୁଟ ଏବଂ 19ରେ କୋରାପୁଟ ଓ କଳାହାଣ୍ଡିକୁ ୱାର୍ଣ୍ଣିଂ ଜାରି କରାଯାଇଛି। 18ରୁ 20 ତାରିଖ ଯାଏଁ ସମୁଦ୍ର ନଯିବାକୁ ମତ୍ସଜୀବୀଙ୍କୁ ପରାମର୍ଶ ଦିଆଯାଇଛି ।
ସେପଟେ ମାଲକାନଗିରି, କୋରାପୁଟ, ଗଜପତି, ରାୟଗଡା, ନବରଙ୍ଗପୁର, କନ୍ଧମାଳ, କଳାହାଣ୍ଡି ଜିଲ୍ଲାର ପାହାଡିଆ ଅଞ୍ଚଳରେ ମାଟି ଅତଡ଼ା ଧସିବା ସହ ଅଚାନକ ବନ୍ୟା ଆସିବାର ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲାର ପାହାଡ଼ିଆ ଅଞ୍ଚଳକୁ ନ ଯିବା ପାଇଁ ପରାମର୍ଶ ଦିଆଯାଇଛି ।
ଅନ୍ୟପଟେ ଆଗାମୀ ୩ ଘଣ୍ଟା ପର୍ଯ୍ୟନ୍ତ ୯ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ ରହିବାକୁ ପରାମର୍ଶ ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବର୍ଷା ଘଡ଼ଘଡ଼ି ସହ ଝଡ଼ ତୋଫାନର ପୂର୍ବାନୁମାନ କରି ଗଞ୍ଜାମ, ଗଜପତି, ଖୋର୍ଦ୍ଧା, କଟକ, ମୟୂରଭଞ୍ଜ, ଢେଙ୍କାନାଳ, ଯାଜପୁର ଓ ରାୟଗଡ଼ା ।
ଏହିସବୁ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଆଗାମୀ ୩ ଘଣ୍ଟା ମଧ୍ୟରେ ବର୍ଷା ଓ ଘଡ଼ଘଡ଼ି ଘଡ଼ଘଡ଼ି ସହ ଝଟକା ପବନ ହେବାର ସମ୍ଭାବନା ରହିଛି ।
ଅଗଷ୍ଟ ୧୭ ତାରିଖ ପାଇଁ ରାୟଗଡ଼ା, ଗଜପତି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡ଼ା ଓ ବଲାଙ୍ଗୀର ଭଳି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।