fbpx

ବଙ୍ଗୋପସାଗରରେ ସୃଷ୍ଟି ହେବ ଆଉ ଏକ ଲଘୁଚାପ: ଆଜିପାଇଁ ଏହିସବୁ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର : ଲଘୁଚାପ ପରେ ଲଘୁଚାପ । ଆଜି ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ପୂର୍ବ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ଆଜି ଆଉ ଏକ ଲଘୁଚାପ ସୃଷ୍ଟିର ସମ୍ଭାବନା ରହିଛି ।

କ୍ରମଶଃ ଏହା ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଗତି କରିବ । ପରବର୍ତ୍ତୀ ଦୁଇ ଦିନ ମଧ୍ୟରେ ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ନିକଟରେ ପହଞ୍ଚିବ ।

ଲଘୁଚାପ ପ୍ରଭାବରେ ରାଜ୍ୟରେ ବଢିବ ବର୍ଷାର ପରିମାଣ । ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଓ ରାୟଗଡ଼ା ଜିଲ୍ଲାକୁ ଦିଆଯାଇଛି ଅରେଞ୍ଜ ୱାର୍ଣ୍ଣିଂ । ଏସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ଯାଏ ବର୍ଷା ହୋଇପାରେ । ସେହିପିର ପ୍ରବଳ ବର୍ଷା ସମ୍ଭାବନା ଥିବା ୯ ଜିଲ୍ଲାକୁ ୟେଲୋ ଆଲର୍ଟ ଦିଆଯାଇଛି । ଜିଲ୍ଲାପାଳମାନଙ୍କୁ ଏ ନେଇ ପ୍ରସ୍ତୁତ ରହିବାକୁ ଏସ୍‌ଆରସିଙ୍କ ପକ୍ଷରୁ ପରାମର୍ଶ ଦିଆଯାଇଛି । ତେଣୁ ୩୦ ଓ ୩୧ରେ ସମୁଦ୍ରକୁ ଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି।

Get real time updates directly on you device, subscribe now.