fbpx

ଓଡିଶାରେ ଯୋଡି ହେବ ଆଉ ଏକ ନୂଆ ଜିଲ୍ଲା, ନୂତନ ଜିଲ୍ଲାପାଳ କାର୍ଯ୍ୟାଳୟର ସ୍ଥାନ ନିରୁପଣ ପାଇଁ ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ୱର; ଓଡିଶାରେ ବର୍ତ୍ତମାନ ୩୦ଟି ଜିଲ୍ଲା ଥିବା ବେଳେ ଏହା ୩୧ରେ ପରିଣତ ହେବାକୁ ଯାଉଛି। କାରଣ ଏବେ ନୂଆକରି ଆଉ ଏକ ଜିଲ୍ଲା ଓଡିଶାରେ ଯୋଗ ହେବାକୁ ଯାଉଛି। ବରଗଡ଼ ଜିଲ୍ଲା ଠାରୁ ଅଲଗା ହୋଇ ଖୁବଶୀଘ୍ର ପଦମପୁର ଜିଲ୍ଲା ମାନ୍ୟତା ପାଇବାକୁ ଯାଉଛି। ଏନେଇ ନୂତନ ଜିଲ୍ଲାପାଳ କାର୍ଯ୍ୟାଳୟର ସ୍ଥାନ ନିରୁପଣ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଥିବା ଜଣାପଡିଛି।

ସୂଚନା ଥାଉକି, ପଦମପୁରକୁ ଜିଲ୍ଲା ମାନ୍ୟତା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରତିଶ୍ରୁତି ଦେଇଥିବାବେଳେ ଏଥିପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି। ନୂତନ ଜିଲ୍ଲାପାଳ କାର୍ଯ୍ୟାଳୟର ସ୍ଥାନ ନିରୁପଣ ପାଇଁ ପଦମପୁରରେ ପହଞ୍ଚି ବିଭିନ୍ନ ସ୍ଥାନ ବୁଲି ଦେଖିଛନ୍ତି ଆରଡିସି ସୁରେଶ ଚନ୍ଦ୍ର ଦଳାଇ। ଆରଡିସିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ କମିଟି ଜମି ନିରୂପଣରେ ସାମିଲ ହୋଇଛି। ଉପଜିଲ୍ଲାପାଳ ଓ ଆରଆଇଙ୍କ ଉପସ୍ଥିତିରେ ବିଭିନ୍ନ ସ୍ଥାନ ପରିଦର୍ଶନ କରି ଅନୁଧ୍ୟାନ କରାଯାଉଛି। ତେବେ ପଦମପୁରକୁ ବର୍ଷେ ଭିତରେ ଜିଲ୍ଲା ମାନ୍ୟତା ଦିଆଯିବା ନେଇ ପ୍ରତିଶ୍ରୁତି ଦେଇଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଚଳିତବର୍ଷ ହିଁ ପଦମପୁରବାସୀଙ୍କ ଜିଲ୍ଲା ସ୍ୱପ୍ନ ସତ ହେବ ବୋଲି ନବୀନ କହିଥିଲେ। ଜିଲ୍ଲା ଗଠନ ପ୍ରକ୍ରିୟା ତ୍ୱରାନ୍ୱିତ ହୋଇଥିବାରୁ ପଦମପୁରବାସୀଙ୍କ ମନରେ ଅନେକ ଉତ୍ସାହ ଦେଖିବାକୁ ମିଳୁଛି।

 

Get real time updates directly on you device, subscribe now.