fbpx

ପୁଣି ରିମାଣ୍ଡରେ ଗଲେ ଅନୁପ ସାଏ

ଭୁବନେଶ୍ୱର,୨୫ ।୨(ଓଡିଶା ଭାସ୍କର): ବହୁଚର୍ଚ୍ଚିତ କଳ୍ପନା ଓ ବବଲି ଡବଲ ମର୍ଡର ଘଟଣାରେ ପୁଣି ଦିନିକିଆ ରିମାଣ୍ଡରେ ଯାଇଛନ୍ତି ମୁଖ୍ୟ ଅଭିଯୁକ୍ତ ଅନୁପ ସାଏ । ଏହା ପୂର୍ବରୁ ଅନୁପଙ୍କୁ ୩ ଦିନିଆ ରିମାଣ୍ଡରେ ନେଇଥିଲା ରାୟଗଡ ପୋଲିସ । ଏଥର ହତ୍ୟାକାଣ୍ଡର ସ୍ଥାନ ଓ ବୋଲେରୋ ନେଇ ପଚରାଉଚରା ହୋଇପାରେ ବୋଲି ଆଶଙ୍କା କରାଯାଉଛି ।

ଉଲ୍ଲେଖଯୋଗ୍ୟ ଯେ, କଳ୍ପନା ଦାଶ ଓ ତାଙ୍କ ନାବାଳିକା ଝିଅଙ୍କ ମୃତଦେହ ୨୦୧୬ ମେ ୭ରେ ଛତିଶଗଡ଼ର ହମିରପୁର ଜଙ୍ଗଲରୁ ମିଳିଥିଲା । ହତ୍ୟା ପରେ ସେମାନଙ୍କ ଉପରେ ବାରମ୍ବାର ଗାଡ଼ି ଚଢ଼ାଯାଇଥିବା ବ୍ୟବଚ୍ଛେଦ ରିପୋର୍ଟରୁ ଜଣାପଡ଼ିଥିଲା । ତେବେ ଏହି ଡବଲ୍‌ ମର୍ଡର ଘଟଣାରେ ୨ଟି ଗାଡ଼ି ବ୍ୟବହାର ହୋଇଥିଲା ବୋଲି ଜଣାପଡ଼ିଛି । ଗୋଟିଏ ବୋଲେରୋ ଅନ୍ୟଟି ଇନୋଭା ବୋଲି ତଦନ୍ତରୁ ଜଣାପଡ଼ିଛି । ଏହି ୨ଟି ବ୍ରାଣ୍ଡ ଗାଡ଼ିର ମାଲିକାନା ଖୋଦ୍ ଅନୁପଙ୍କ ପାଖରେ ଥିଲା ।

Get real time updates directly on you device, subscribe now.