fbpx

ଗିରଫ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ପୁଣି ଅସୁସ୍ଥ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଗିରଫ ହୋଇଥିବା ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ପୁଣି ଅସୁସ୍ଥ ହୋଇଛନ୍ତି । ବିଳମ୍ବିତ ରାତିରେ ବାଣପୁର ସବଜେଲରୁ ଭୁବନେଶ୍ୱର ସ୍ଥାନାନ୍ତର ହୋଇଥିବା ସୂଚନା ମିଳିଛି । ହଠାତ୍ ଅସୁସ୍ଥ ହୋଇପଡିବାରୁ ତାଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି । ତେବେ ବିଧାୟକ ପ୍ରଶାନ୍ତଙ୍କ ବେଲ୍ ପାଇଁ କୋର୍ଟରେ ଆବେଦନ କରାଯାଇଛି । ବ୍ଲଡ ପ୍ରେସର ଓ ଡାଇବେଟିସ ବଢ଼ିଯିବା କାରଣରୁ ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ବିଗିଡିଥିବା ଜଣାପଡିଛି ।

ତେବେ ଗତ ୧୨ ତାରିଖରେ ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକ କାର୍ଯ୍ୟାଳୟ ସାମ୍ନାରେ ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ବିଜେପି କର୍ମୀମାନଙ୍କର ଏକ ଶୋଭାଯାତ୍ରା ଚାଲିଥିବା ସମୟରେ ତାଙ୍କ ଚାରିଚକିଆ ଗାଡ଼ିକୁ ଭିଡ଼ ଭିତରକୁ ପୁରାଇ ଦେଇଥିଲେ। ଏହି ଘଟଣାରେ କିଛି ବିଜେପି କର୍ମୀଙ୍କ ସମେତ ମୋଟ ୨୫ ଜଣ ଆହତ ହୋଇଥିଲେ। ତେବେ ଏହି ଘଟଣା ପରେ ଉତ୍ତ୍ୟକ୍ତ ଜନତା ବିଧାୟକଙ୍କୁ ନିସ୍ତୁକ ମାଡ଼ ମାରିଥିଲେ। ସର୍ବସାଧାରଣଙ୍କ ଦ୍ବାରା ନିସ୍ତୁକ ମାଡ଼ ଖାଇବା ପରେ ବିଧାୟକ ଲହୁଲୁହାଣ ହୋଇଯାଇଥିଲେ। ତାଙ୍କୁ ମଧ୍ୟ ଗୁରତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଲୋକେ ତାଙ୍କ ଗାଡ଼ିକୁ ବାଡ଼େଇ ଭାଙ୍ଗିଦେଇଥିଲେ। ବାଣପୁର ଓ ଏହାର ନିକଟ ଅଞ୍ଚଳରେ ମାର୍ଚ୍ଚ ୧୨ ତାରିଖ ଦିନ ତମାମ ଉତ୍ତେଜନା ଦେଖାଯାଇଥିଲା। ପରିସ୍ଥିତି ଅନିୟନ୍ତ୍ରିତ ହୋଇଥିବାରୁ ପୋଲିସ ୧୪୪ ଧାରା ଲାଗୁ କରିଥିଲା।

Get real time updates directly on you device, subscribe now.