fbpx

ବାହାନଗା ଭୟଙ୍କର ଦୁର୍ଘଟଣା: ରାଷ୍ଟ୍ରପତିଙ୍କ ଦୁଃଖପ୍ରକାଶ, ଦୁର୍ଘଟଣାସ୍ଥଳକୁ ଆସୁଛନ୍ତି ଅଶ୍ୱିନୀ ବୈଷ୍ଣବ

ବାଲେଶ୍ୱର: ବାଲେଶ୍ୱର ବାହାନଗାର ଭୟଙ୍କର ଟ୍ରେନ ଦୁର୍ଘଟଣା ଘଟିଯାଇଛି । ଏହି ଦୁର୍ଘଟଣାରେ ବର୍ତ୍ତମାନ ସୁଦ୍ଧା ୫୦ରୁ ଅଧିକ ମୃତ୍ୟୁ ଆଶଙ୍କା କରାଯାଉଛି । ଏହାବ୍ୟତୀତ ପ୍ରାୟ ୩୫୦ରୁ ଅଧିକ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି ବୋଲି ସୂଚନା ମିଳିଛି । ତେବେ ଏହି ଦୁର୍ଘଟଣା ପରେ ଭାରତର ରାଷ୍ଟ୍ରପତି ଶ୍ରୀମତି ଦୌପଦୀ ମୁର୍ମୁ ଦୁଃଖପ୍ରକାଶ କରିଛନ୍ତି । ମୃତକଙ୍କ ପରିବାରକୁ ସମବେଦନା ଜଣାଇବା ସହ ଆହତଙ୍କ ପରିବାରକୁ ସାନ୍ତ୍ୱନା ଦେଇଛନ୍ତି ରାଷ୍ଟ୍ରପତି । ତେବେ ପ୍ରଧାନମନ୍ତ୍ରୀଙ୍କ ସହ ଆଲୋଚନା ପରେ ଦୁର୍ଘଟଣାସ୍ଥଳ ଅଭିମୁଖେ ବାହାରିଛନ୍ତି ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ।

Get real time updates directly on you device, subscribe now.