fbpx

ଦାୟିତ୍ୱ ନେଲେ ଅସିତ୍ ତ୍ରିପାଠୀ

ଭୁବନେଶ୍ୱର,୧୧ ।୧(ଓଡିଶା ଭାସ୍କର): ଅବସର ପରେ ଆଜି ନୂଆ ଦାୟିତ୍ୱ ଗ୍ରହଣ କରିଛନ୍ତି ପୂର୍ବତନ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ । ପଶ୍ଚିମ ଓଡିଶା ବିକାଶ ପରିଷଦ ଅଧ୍ୟକ୍ଷ ଭାବେ ସେ ଦାୟତ୍ବ ଗ୍ରହଣ କରିଛନ୍ତି । ଦାୟିତ୍ୱ ଗ୍ରହଣ ପରେ ପରିକ୍ଷଦର କାର୍ଯ୍ୟାବଳୀର ସମୀକ୍ଷା କରିଛନ୍ତି ଅସିତ୍ । ଏହା ସହ ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ପରାପର୍ଶଦାତା ଭାବେ ମଧ୍ୟ ଆଜି ଦାୟିତ୍ୱ ନେଇଛନ୍ତି ଅସିତ୍ ତ୍ରିପାଠୀ । ଏଥି ସହ ସେ ଆଞ୍ଚଳିକ ପରିଷଦ, ପର୍ଯ୍ୟଟନ,ଶିଳ୍ପ, କୃଷି ସମେତ କିଛି ବିଭାଗର ମୁଖ୍ୟ ପରାମର୍ଶଦାତା ଭାବେ ରହିବେ ।

ତେବେ ଗତ ଡିସେମ୍ବର ୩୧ ତାରିଖରେ ଅସିତ ତ୍ରିପାଠୀଙ୍କ ଅବସର ଗ୍ରହଣ କରିବା ପରେ ନୂଆ ମୁଖ୍ୟ ଶାସନ ସଚିବ ଭାବେ କାର୍ଯ୍ୟଭାର ଗ୍ରହଣ କରିଛନ୍ତି ୧୯୮୬ ବ୍ୟାଚର ଆଇଏଏସ୍ ସୁରେଶ ଚନ୍ଦ୍ର ମହାପାତ୍ର ।

Get real time updates directly on you device, subscribe now.