fbpx

ରାତି ୮ଟାରୁ ରବିବାର ରାତି ୮ଟା ଯାଏଁ ଭୁବନେଶ୍ୱର ଓ ଭଦ୍ରକ ସମ୍ପୂର୍ଣ୍ଣ ଲକ୍ ଡାଉନ୍

ଭୁବନେଶ୍ୱର, ୩ା୪(ଓଡ଼ିଶା ଭାସ୍କର): କରୋନା ନେଇ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ଏକ ସାମ୍ବାଦିକ ସମ୍ମିଳନୀ କରିଛନ୍ତି । ସେହି ସମ୍ମିଳନୀରେ ସେ ଏକ ବଡ଼ ଘୋଷଣା କରିଛନ୍ତି । ସେ କହିଛନ୍ତି ଭୁବନେଶ୍ୱର ଓ ଭଦ୍ରକ ଆଜି ସନ୍ଧ୍ୟା ୮ଟାରୁ ରବିବାର ସନ୍ଧ୍ୟା ୮ଟା ଯାଏଁ ସମ୍ପୂର୍ଣ୍ଣ ଲକ୍ ଡାଉନ ରହିବ । ଏହାସହ୪୮ଘଣ୍ଟା ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନ ମଧ୍ୟ ବନ୍ଦ ରହିବ । ଯେଉଁମାନେ ନିୟମ ଉଲ୍ଲଙ୍ଘନ କରିବେ ସେମାନଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ।

Get real time updates directly on you device, subscribe now.