fbpx

ASO ଚୟନ ଅନିୟମିତତା ମାମଲା: ଆସିଲା ହାଇକୋର୍ଟଙ୍କ ନୂଆ ନିର୍ଦ୍ଦେଶ

ଭୁବନେଶ୍ୱର : ASO ଚୟନ ଅନିୟମିତତା ମାମଲାରେ ରାୟ ପ୍ରକାଶ କରିଛନ୍ତି ହାଇକୋର୍ଟ । ୬ ସପ୍ତାହ ମଧ୍ୟରେ ଚୟନ ପ୍ରକ୍ରିୟା ସଂପୂର୍ଣ୍ଣ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଅଦାଲତ ଅବମାନନା ମାମଲାରେ OPSCକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ ରହିଛି । ମେ’ ୧୯ରେ ରାୟକୁ ପାଳନ କରାଯାଇ ନଥିବାରୁ ଅବମାନନା ମାମଲା ହୋଇଥିଲା । ଫଳରେ ସାନି ମେରିଟ୍ ଲିଷ୍ଟ ପ୍ରକାଶ କରିବାକୁ ହାଇକୋର୍ଟ ରାୟ ଶୁଣାଇଥିଲେ ।

ପୂର୍ବରୁ ASO ଚୟନ ପ୍ରକ୍ରିୟା ବିବାଦ ମାମଲାରେ ଶୁଣାଣି ଶେଷ ହୋଇଥିଲା । ଶୁଣାଣି ଶେଷ କରି ରାୟ ସଂରକ୍ଷିତ ରଖିଥିଲେ ହାଇକୋର୍ଟ । OPSC ଦ୍ୱାରା ପ୍ରକାଶିତ ମେରିଟ ଲିଷ୍ଟକୁ ଉଚ୍ଚ ନ୍ୟାୟାଳୟ ଖାରଜ କରିଥିଲେ । ଏହାପରେ ସାନି ମେରିଟ ଲିଷ୍ଟ ପ୍ରକାଶ କରିବାକୁ ନିର୍ଦ୍ଦେଶ ଦେଇଥିଲେ କୋର୍ଟ । ହାଇକୋର୍ଟଙ୍କ ରାୟକୁ ଅବମାନନା କରିଥିଲେ କୃତକାର୍ଯ୍ୟ ପରୀକ୍ଷାର୍ଥୀ । ଏହାକୁ ଚ୍ୟାଲେଞ୍ଜ କରି ଦୁଇଟି ମାମଲା ମଧ୍ୟ ରୁଜୁ କରାଯାଇଥିଲା । ନିଷ୍ପତ୍ତିର ପୁନର୍ବିଚାର ଓ ପକ୍ଷ ନ ଥିବାରୁ ରିଟ୍ ପିଟିସନ୍ ହୋଇଥିଲା ।

ଉଲ୍ଲେଖେଯୋଗ୍ୟ, ଓଡ଼ିଶା ଲୋକସେବା ଆୟୋଗ (OPSC) ତରଫରୁ ଅନୁଷ୍ଠିତ ଆସିଷ୍ଟାଣ୍ଟ ସେକ୍ସନ ଅଫିସର (ASO) ନିଯୁକ୍ତି ପରୀକ୍ଷାରେ ପ୍ରକାଶିତ ମେଧା ତାଲିକାକୁ ହାଇକୋର୍ଟ ରଦ୍ଦ କରିଥିଲେ । ୭୯୬ ଏଏସଓ ପଦ ପାଇଁ ୨୦୨୨, ଅଗଷ୍ଟ ୨୭ ତାରିଖରେ ଲିଖିତ ପରୀକ୍ଷା ହୋଇଥିଲା। ମୋଟ୍ ୧ଲକ୍ଷ ୪୮ହଜାର ୮୮୮ଜଣ ପ୍ରାର୍ଥୀ ପରୀକ୍ଷା ଦେଇଥିଲେ । ଆରମ୍ଭରୁ ବିବାଦରେ ରହିଥିବା ଏଏସଓ ପରୀକ୍ଷାକୁ ନେଇ କେତେକ ପ୍ରାର୍ଥୀ ଧାରଣା ଦେଇଥିଲେ। ଏ ନେଇ ପୂର୍ବରୁ ହାଇକୋର୍ଟରେ ଏକାଧିକ ମାମଲା ଦାୟର ହୋଇଥିଲା । ହାଇକୋର୍ଟଙ୍କ ନଭେମ୍ବର ୧୪ର ରାୟ ଅନୁସାରେ୨୦୧୬, ସେପ୍ଟେମ୍ବର ୩ର ବିଜ୍ଞପ୍ତି ଓପିଏସି ପରୀକ୍ଷାଫଳ ପ୍ରକାଶ କରିଥିଲା ।

ସେମାନଙ୍କ ଭିତରୁ ୧୧୦୪ଜଣ ଲିଖିତ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ନେଇ ୨୦୨୨, ନଭେମ୍ବର ୭ରେ ଓପିଏସସି ବିଜ୍ଞପ୍ତି ପ୍ରକାଶ କରିଥିଲା। ଏହି ତାଲିକାରେ ସ୍ଥାନ ପାଇଥିବା ପ୍ରାର୍ଥୀଙ୍କୁ ସାର୍ଟିଫିକେଟ/ନଥିପତ୍ର ଯାଞ୍ଚ ଓ କମ୍ପ୍ୟୁଟର (ପ୍ରାକ୍ଟିକାଲ) ସ୍କିଲ ଟେଷ୍ଟ ପାଇଁ ଡକାଯାଇଥିଲା । କିନ୍ତୁ ଏହା ପରେ ମଧ୍ୟ ଏଏସଓ ନିଯୁକ୍ତି ପ୍ରକ୍ରିୟାର ବିବାଦ ପଛ ଛାଡି ନଥିଲା। ଏଏସଓ ପରୀକ୍ଷାରେ ନିୟମ ଉଲ୍ଲଂଘନ ହୋଇଛି। ନିୟମ ଅନୁସାରେ ମେଧା ତାଲିକା ପ୍ରସ୍ତୁତ କରାଯାଇ ନାହିଁ ବୋଲି ଅଭିଯୋଗ ହୋଇଥିଲା ।

Get real time updates directly on you device, subscribe now.