fbpx

ଅପରାହ୍ନ ୩ଟା ଯାଏଁ ଗୃହ ମୁଲତବି

ଭୁବନେଶ୍ୱର,୨୯ ।୯(ଓଡିଶା ଭାସ୍କର): ଆଜିଠାରୁ ଆରମ୍ଭ ହୋଇଛି ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ ହୋଇଛି । କରୋନା କଟକଣା ମଧ୍ୟରେ ଆରମ୍ଭ ହୋଇଛି ଅଧିବେଶନ । ନବୀନ ନିବାସରୁ ଭିଡିଓ କନଫରେନ୍ସିଂ ଜରିଆରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଲୋକସେବା ଭବନରୁ ଭିସିରେ ୬ ବିଧାୟକ ଉପସ୍ଥିତ ରହିଛନ୍ତି ।

ତେବେ ଭିସି ଜରିଆରେ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରସ୍ତାବ ଆଗତ ପରେ ଗୃହକୁ ଅପରାହ୍ନ ୩ଟା ଯାଏଁ ମୁଲତବି ରଖାଯାଇଛି । ଏହି ଶୋକ ପ୍ରସ୍ତାବ ଦିଗଂଗତ ନେତା, କୋଭିଡ ଯୋଦ୍ଧା ଓ ସହିଦ ଉଦ୍ଦ୍ୟେଶରେ ରଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

Get real time updates directly on you device, subscribe now.