ବିଧାନସଭା ଅପଡେଟ୍: ଜୟ ଜଗନ୍ନାଥ କହି ଅଭିଭାଷଣ ଆରମ୍ଭ କଲେ ରାଜ୍ୟପାଳ

ଭୁବନେଶ୍ୱର: (ଓଡ଼ିଶା ଭାସ୍କର) ବିଧାନସଭାରେ ରାଜ୍ୟପାଳଙ୍କ ଅଭିଭାଷଣ। ଜୟ ଜଗନ୍ନାଥ କହି ଅଭିଭାଷଣ ଆରମ୍ଭ କଲେ ରାଜ୍ୟପାଳ। “ଖଣିଜ ସଂପଦରେ ଭରପୂର ଓଡ଼ିଶା।

ଐତିହ୍ୟ, କୀର୍ତ୍ତିରାଜିକୁ ନେଇ ପରିଚିତ ଓଡ଼ିଶା। ଗରିବ, ଯୁବ, ଅନ୍ନଦାତା, ନାରୀଶକ୍ତି ମୋ ସରକାରର ମୂଳମନ୍ତ୍ର। ମୋ ସରକାର ଧାନର ମୂଲ୍ୟ ୮୦୦ ଟଙ୍କା ବୃଦ୍ଧି କରିଛି।

ଓଡ଼ିଆ ଅସ୍ମିତା ବିକାଶ ଦିଗରେ କାର୍ଯ୍ୟ କରୁଛି ମୋ ସରକାର। ଡିଜିପି ସମ୍ମିଳନୀ, ଉତ୍କର୍ଷ ଓଡ଼ିଶା, ପ୍ରବାସୀ ଭାରତୀୟ ଦିବସ ଆୟୋଜନ କରିଛୁ।

ମୋ ସରକାର ନୂଆ ଶିକ୍ଷାନୀତିକୁ ଲାଗୁ କରିଛନ୍ତି। ୨୦୪୭ ସୁଦ୍ଧା ବିକଶିତ ଭାରତରେ ଓଡ଼ିଶାର ପ୍ରମୁଖ ଭୂମିକା ରହିବ। ଦୁଗ୍ଧ ଚାଷୀଙ୍କ ପାଇଁ କାମଧେନୁ ଯୋଜନା ଆରମ୍ଭ ହୋଇଛି।”