ଆସନ୍ତା ୩୦ ତାରିଖ ମଧ୍ୟରେ ମଧ୍ୟରେ ଫସଲ କ୍ଷତି ଆକଳନ: ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଡିବିଟି ଜରିଆରେ ଚାଷୀଙ୍କୁ ଫସଲ କ୍ଷତିପୂରଣ ପ୍ରଦାନ କରାଯିବ। ବୀମା କରିଥିବା ଚାଷୀ ଓ କରି ନଥିବା ଚାଷୀ କ୍ଷତିପୂରଣ ପାଇବେ । ଟୋଲ୍‌ ଫ୍ରି ନଂ ୧୪୪୪୭ରେ ଆବେଦନ କରିବାକୁ ଦେଲେ ପରାମର୍ଶ ।

ଭୁବନେଶ୍ୱର: (ଓଡ଼ିଶା ଭାସ୍କର) ଆସନ୍ତା ୩୦ ତାରିଖ ମଧ୍ୟରେ ମଧ୍ୟରେ ଫସଲ କ୍ଷତି ଆକଳନ ହେବା ନେଇ ମୁଖ୍ୟମନ୍ତ୍ରୀଙ୍କ ପ୍ରତିକ୍ରିୟା । ଫସଲ କ୍ଷତି ନେଇ ସମୀକ୍ଷା ପରେ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।

ଡିବିଟି ଜରିଆରେ ଚାଷୀଙ୍କୁ ଫସଲ କ୍ଷତିପୂରଣ ପ୍ରଦାନ କରାଯିବା ନେଇ ସୂଚନା । ବୀମା କରିଥିବା ଚାଷୀ ଓ କରି ନଥିବା ଚାଷୀ ମଧ୍ୟ ପାଇବେ କ୍ଷତିପୂରଣ ।

ବର୍ତ୍ତମାନ ସୁଦ୍ଧା ୧ ଲକ୍ଷ ୨୬ ହଜାର ଚାଷୀ ଆବେଦନ କରି ସାରିଛନ୍ତି । କାଲି ସୁଦ୍ଧା ଅନ୍ୟ ଚାଷୀମାନେ ଆବେଦନ କରିବାକୁ ପରାମର୍ଶ ଦେଲେ ମୁଖ୍ୟମନ୍ତ୍ରୀ । ଟୋଲ୍‌ ଫ୍ରି ନଂ ୧୪୪୪୭ରେ ଆବେଦନ କରିବାକୁ ଦେଲେ ପରାମର୍ଶ ।

ବୀମା କରିଥିବା ସମସ୍ତ ଚାଷୀ ଭାଇ ଓ ଭଉଣୀ ମାନେ ଯେପରି ନିର୍ଦ୍ଧାରିତ ସମୟ ସୀମା ମଧ୍ୟରେ କ୍ଷୟ କ୍ଷତି ସଂପର୍କରେ ବୀମା କମ୍ପାନୀ ମାନଙ୍କୁ ସୂଚନା ଦେବେ, ସେଥିପାଇଁ ବ୍ୟାପକ ସଚେତନତା କାର୍ଯ୍ୟକ୍ରମ କରିବା ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ ।

ବୈଠକର ସୂଚନାରୁ ଜଣାଯାଇଥିଲା ଯେ, ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ବର୍ତ୍ତମାନ ସୁଦ୍ଧା ୧ଲକ୍ଷ ୨୬ ହଜାର ଚାଷୀ କ୍ଷୟକ୍ଷତି ସମ୍ପର୍କରେ ସୂଚନା ଦେଇଛନ୍ତି । ଆସନ୍ତା କାଲି (ରବିବାର) ସୁଦ୍ଧା ସବୁ ବୀମାଭୁକ୍ତ ଚାଷୀମାନେ ନିଜର ଫସଲ କ୍ଷୟକ୍ଷତି ସମ୍ପର୍କରେ ସୂଚନା ଦେବାକୁ ମୁଖ୍ୟମନ୍ତ୍ରୀ ଗଣମାଧ୍ୟମ ଜରିଆରେ ନିବେଦନ କରିଥିଲେ ।

ଏହା ସହିତ ବିଭିନ୍ନ ଜିଲ୍ଲାର ପଞ୍ଜୀକୃତ ଚାଷୀ ଭାଇ ଓ ଭଉଣୀ ମାନେ ଅଦିନିଆ ବର୍ଷା ଜନିତ ସେମାନଙ୍କର ଫସଲ ଅମଳର ପରବର୍ତ୍ତୀ କ୍ଷୟକ୍ଷତିର ସୂଚନା ତୁରନ୍ତ “କୃଷି ରକ୍ଷକ” ପୋର୍ଟାଲ ମାଧ୍ୟମରେ କିମ୍ବା ୧୪୪୪୭ କୁ କଲ୍ କରି ଜଣାଇବାକୁ ମଧ୍ୟ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଥିଲେ ।