fbpx

ରାଶିଫଳ (୬।୬।୨୦୨୦, ଶନିବାର)

ମେଷ –
ଆପଣ ଆଜି ବିଦେଶରୁ ଗୋଟିଏ ଖୁସି ଖବର ପାଇପାରନ୍ତି ଯଦି ଆପଣ ବିଦ୍ୟାର୍ଥି ହୋଇଥାନ୍ତି ତେବେ ଆପଣ ବୃତ୍ତି ପାଇପାରନ୍ତି କିମ୍ବା ଆପଣଙ୍କର ନାମ ଲେଖା ହୋଇପାରେ । ଏହା ମଧ୍ୟ କୌଣସି ଏକ ନୂଆ ଚ଼ାକିରି ହୋଇଥାଇପାରେ । ତେଣୁ ଇମେଲ ଲେଖନ୍ତୁ ।

ବୃଷ –
ଆପଣଙ୍କୁ ବିଦେଶ ଯିବା ପାଇଁ ନିମନ୍ତ୍ରଣ ମିଳିପାରେ ସେଥିପାଇଁ ସଜାଗ୍ ରୁହନ୍ତୁ ଏବଂ ଏହି ସୁଯୋଗକୁ ହାତଛଡା କରନ୍ତୁ ନାହିଁ । କିନ୍ତୁ ଆପଣଙ୍କୁ ମିତବ୍ୟୟୀ ହେବାକୁ ପଡ଼ିବ ।

ମିଥୁନ –
ଆଜି ଆପଣ ବନ୍ଧୁଙ୍କ ସହିତ ଝଗଡ଼ା କରିବା ଦ୍ୱାରା ଚ଼ିନ୍ତାରେ ପଡ଼ିଯିବେ । ଏହି କଥା ପାଇଁ ଆପଣଙ୍କୁ ବହୁତ ଆଶ୍ଚର‌୍ୟ୍ୟ ଲାଗିବ ଏବଂ ବହୁତ ବୁଦ୍ଧିର ସହିତ ଆପଣଙ୍କୁ ଏହି ପରିସ୍ଥିତିକୁ ସମ୍ଭାଳିବା ପାଇଁ ପଡ଼ିବ ।

କର୍କଟ –
ଆଜି ଆପଣ ସେମାନଙ୍କୁ ଜଣାଇଦେବେ ଯେ ଆପଣ ସେମାନଙ୍କ ସାହାଯ୍ୟ କିପରି ଗ୍ରହଣ କରିଛନ୍ତି ଏବଂ ସବୁବେଳେ ଆପଣ ସେମାନଙ୍କ ବ୍ୟତିତ ଅନ୍ୟ କାହାର ସାହାଯ୍ୟ ଆବଶ୍ୟକ ହେଲେ ଆପଣ ସାହାଯ୍ୟ କରିବାକୁ ପଛାନ୍ତୁ ନାହିଁ ।

ସିଂହ –
ଆଜି ଏଭଳି ଏକ ଦିନ ଯେଉଁଦିନ କି ଆପଣଙ୍କୁ ବିଦେଶରୁ ସୁସମ୍ବାଦ ମିଳିପାରେ । ଯଦି ଆପଣ ପରିବାର ବା ବନ୍ଧୁ ବିଦେଶରେ ରହୁଥାନ୍ତି । ତେବେ ଏହି ସୁସମ୍ବାଦ ତାଙ୍କ ତରଫରୁ ଆସିପାରେ ।ଆଜି ଆପଣ ବିଦେଶ ଯାତ୍ରା କରିପାରନ୍ତି ।

କନ୍ୟା –
ଆପଣଙ୍କ ଆଖପାଖରେ ଲୋକ ଆପଣଙ୍କ ମଧୁର ବ୍ୟବହାରକୁ ଦେଖି ଆଶ୍ଚର‌୍ୟ୍ୟ ହେବେ । ଆପଣ ସମସ୍ତଙ୍କୁ ସାହାଯ୍ୟ କରିବା ପାଇଁ ଆଗେଇ ଯିବେ । ଆଜି ଆପଣ ଦେଖିବେ ଯେ ଜୀବନ ପ୍ରତି ଆପଣଙ୍କ ଭାବ ପୁରାପୁରି ବଦଳାଇ ଯାଇଛି ।

ତୁଳା-
ଆଜି ଆପଣ ଆପଣଙ୍କ ସାଙ୍ଗର ସାନିଧ୍ୟ ଲାଭ କରିବେ ।ଆଜିର ଦିନ ବହୁତ ଖୁସି କରିବାର ଦିନ ଅଟେ । ସମୟର ତାଳେ ତାଳେ ଏହି ସମ୍ପର୍କ ଆହୁରି ମଜବୁତ ହେବ । ଆଜି ଦିନରେ ସ୍ମରଣୀୟ ମୂହୁର୍ତ୍ତ ଆପଣଙ୍କ ସାଂଗରେ ସବୁବେଳେ ରହିବ ।

ବିଛା –
ଆଜି ଦିନରେ ଆପଣ ବିଦେଶରୁ କୌଣସି ଖୁସିଖବର ପାଇ ପାରନ୍ତି । ଏହି ଖବର ବିଦେଶରେ ରହୁଥିବା କୌଣସି ବନ୍ଧୁପରିଜନ ଆପଣଙ୍କୁ ଦେବେ । ଆପଣ ତାଙ୍କର ଫୋନ କିମ୍ବା ଇମେଲର ଅପେକ୍ଷା କରନ୍ତୁ । କାରଣ ଏହି ସୁସମ୍ବାଦ ଆପଣଙ୍କ ପାଇଁ ଖୁବ୍ ଗୁରୁତ୍ତ୍ୱପୂର୍ଣ୍ଣ ।

ଧନୁ –
ଆଜି ଆପଣଙ୍କ ଜୀବନରେ ଏକ ନୂଆ ମୋଡ଼ ଆସିପାରେ ଆଜି ଆପଣ କୌଣସି ଆତ୍ମିୟ କିମ୍ବା ଅଜଣା ବ୍ୟକ୍ତିଙ୍କ ପାଖରୁ କିଛି ଶିକ୍ଷା ଲାଭ କରି ପାରନ୍ତି ଯାହା ଆପଣଙ୍କ ପାଇଁ ଜରୁରୀ ଥିଲା । ତାଙ୍କ ଉପଦେଶ ଉପରେ ଧ୍ୟାନ ଦିଅନ୍ତୁ ।

ମକର –
ଆଜି ଘରେ ବହୁତ କୋଳାହଳମୟ ପରିବେଶ ହେବ । ଘରେ ଏକା ସାଙ୍ଗରେ ବହୁତ କାର‌୍ୟ୍ୟ ହେବ । ଆଜି ଆପଣଙ୍କ ଘରକୁ ବିଦେଶରୁ ଅତିଥି ଆସି ପାରନ୍ତି । ଆପଣ ନିଜର ସବୁ ସମସ୍ୟାକୁ ଗୋଟିଏ ପଟେ ରଖି ନିଜ ସାଙ୍ଗ ସାଥିଙ୍କ ସହିତ ମଜ୍ଜା କରନ୍ତୁ ।

କୁମ୍ଭ –
ଆପଣ ଦେଖିବେ ଆଜି ଆପଣଙ୍କର ଲୋକଙ୍କ ସହ ଆତ୍ମୀୟତା ବଢିବ, ଆପଣଙ୍କ ବନ୍ଧୁ ଆପଣଙ୍କୁ ସେଠାକୁ ଯିବାକୁ ନିମନ୍ତ୍ରଣ କରିପାରନ୍ତି କିମ୍ବା ଆପଣଙ୍କ କାର‌୍ୟ୍ୟ ଯୋଗୁଁ ସମ୍ନାର ପାତ୍ର ହୋଇପାରନ୍ତି ।

ମୀନ –
ବିଦେଶ ସହ ସଂଯୋଗ କରୁଥିବା ଯେକୌଣସି କାର‌୍ୟ୍ୟରୁ ଆପଣଙ୍କୁ ସଫଳତା ମିଳିପାରେ, ଯଦି ଆପଣ କୌଣସି ବିଦେଶୀ ବନ୍ଧୁଙ୍କ ପାଖରୁ ଚାକିରିର ସାହାଯ୍ୟ ପାଇବା ପାଇଁ ଆଶା କରୁଥାନ୍ତି , ତେବେ ଆପଣ ସଫଳ ହେବେ କିମ୍ବା କୌଣସି ଆନ୍ତର୍ଜାତିକ ଚୁକ୍ତି ହୋଇପାରେ॥

Get real time updates directly on you device, subscribe now.