fbpx
BJD SKY
BJD SKY

ବିଜେଡିରୁ ଇସ୍ତଫା ଦେଲେ ଆଠମଲ୍ଲିକ ବିଧାୟକ ରମେଶ ସାଏ

BJD

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଆସନ୍ତା ମାସ ୧୯ ତାରିଖରୁ ଦେଶରେ ୭ଟି ପର୍ଯ୍ୟାୟରେ ଲୋକସଭା ନିର୍ବାଚନ ଆରମ୍ଭ ହେବ । ସେହିପରି ମେ ୧୩ରୁ ଓଡ଼ିଶାରେ ୪ଟି ପର୍ଯ୍ୟାୟରେ ମତଦାନ ଗ୍ରହଣ କରାଯିବ । ଏହା ମଧ୍ୟରେ ରାଜନୈତିକ ଦଳମାନେ ପର୍ଯ୍ୟାୟକ୍ରମେ ବିଧାନସଭା ଓ ଲୋକସଭା ପାଇଁ ପ୍ରାର୍ଥୀ ତାଲିକା ଜାରି କରୁଛନ୍ତି । ଏଭଳି ସ୍ଥିତିରେ କିଛି ନେତା ଅନ୍ୟ ଦଳରେ ସାମିଲ ହେଉଥିବାର ଦେଖାଯାଉଛି ।

ତେବେ ଏହା ମଧ୍ୟରେ ରାଜନୈତିକ କ୍ଷେତ୍ରରୁ ପୁଣି ଆସିଛି ଏକ ବଡ଼ ଖବର । ଆଠମଲ୍ଲିକ ବିଧାୟକ ରମେଶ ସାଏ ବିଜେଡିରୁ ଇସ୍ତଫା ଦେଇଛନ୍ତି । ବ୍ୟକ୍ତିଗତ କାରଣ ଦର୍ଶାଇ ରମେଶ ବିଜେଡିର ପ୍ରାଥମିକ ସଦସ୍ୟ ପଦ ଛାଡ଼ିଛନ୍ତି । ସୂଚନାଯୋଗ୍ୟ ଯେ, ଆଗାମୀ ବିଧାନସଭା ନିର୍ବାଚନ ପାଇଁ ଆଠମଲ୍ଲିକ ଆସନରୁ ବିଜେଡି ଏଥର ନଳିକୀକାନ୍ତ ପ୍ରଧାନଙ୍କୁ ପ୍ରାର୍ଥୀ କରିଛି । ଗତକାଲି ସୋର ବିଧାୟକ ବିଜେଡିରୁ ଇସ୍ତଫା ଦେଇଥିଲେ । ଏଥିସହିତ ଫୁଲବାଣୀ ବିଧାନସଭା ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ଦେବେନ୍ଦ୍ର କହଁର ମଧ୍ୟ ଦଳ ଛାଡ଼ିଥିଲେ ।

Get real time updates directly on you device, subscribe now.