fbpx

ଏଟିଏମ ତାଡି ୨୮ ଲକ୍ଷ ଟଙ୍କା ଲୁଟ

ଭୁବନେଶ୍ୱର,୧୧ ।୧୦(ଓଡିଶା ଭାସ୍କର) : ରାଜଧାନୀ ଭୁବନେଶ୍ୱରରେ ଲୁଟପାଟ ବଢ଼ିବାରେ ଲାଗିଛି । ଏହାରି ମଧ୍ୟରେ ପଟିଆ ଷ୍ଟେସନ ନିକଟରେ ଥିବା ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ ଏଟିଏମରୁ ୨୮ ଲକ୍ଷ ଟଙ୍କା ଲୁଟ୍ ହୋଇଥିବା ଅଭିଯୋଗ ହୋଇଛି। ଶନିବାର ବିଲମ୍ୱିତ ରାତିରେ ଉକ୍ତ ଏଟିଏମରୁ ପ୍ରାୟ ୨୮ ଲକ୍ଷ ଟଙ୍କା ଦୁର୍ବୃତ୍ତମାନେ ଲୁଟି ନେଇଛନ୍ତି। ଏ ନେଇ ଇନଫୋସିଟି ଥାନାରେ ଏକ ମାମଲା ରୁଜୁ ହୋଇଛି। ଘଟଣା ସ୍ଥଳରୁ ଏକ ଗ୍ୟାସ କଟର ପଡିଥିବାରୁ ଦୁର୍ବୃତ୍ତମାନେ ଗ୍ୟାସ କଟର ସହାୟତାରେ ଏଟିଏମ ସଟର କାଟି ଟଙ୍କା ଲୁଟ୍ କରିଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି। ଖବରପାଇ ଘଟଣା ସ୍ଥଳରେ ପୁଲିସ ଓ ସାଇଣ୍ଟିଫିକ୍ ଟିମ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି । ସିସିଟିଭି ଫୁଟେଜ୍‌ ମଧ୍ୟ ଯାଞ୍ଚ କରାଯାଇଛି।

Get real time updates directly on you device, subscribe now.