ଆସିଷ୍ଟାଣ୍ଟ ଟ୍ରେନିଂ ଅଫିସର-୨୦୨୪ ଲିଖିତ ପରୀକ୍ଷା ତାରିଖ ଘୋଷଣା କଲା OSSC!

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଓଡ଼ିଶା କର୍ମଚାରୀ ଚୟନ ଆୟୋଗ (ଓଏସଏସସି) ଦ୍ୱାରା ପରିଚାଳିତ ହେଉଥିବା ଆସିଷ୍ଟାଣ୍ଟ ଟ୍ରେନିଂ ଅଫିସର (ଏଟିଓ) ୨୦୨୪ ପଦର ଲିଖିତ ପରୀକ୍ଷାକୁ ନେଇ ଆସିଛି ଏକ ବଡ଼ ଅପଡେଟ୍ । ଗତ ୧୪ ତାରିଖରେ ଏଟିଓ ପ୍ରିଲିମିନାରୀ ପରୀକ୍ଷା ଅନୁଷ୍ଠିତ ହୋଇଥିବା ବେଳେ ଏହା ମଧ୍ୟରେ ସମ୍ଭାବ୍ୟ ଲିଖିତ ପରୀକ୍ଷା ତାରିଖ ଘୋଷଣା କରାଯାଇଛି । ସେପ୍ଟେମ୍ବର ମାସ ୨ ତାରିଖରେ ଲିଖିତ ସମ୍ଭାବ୍ୟ ପରୀକ୍ଷା ଆୟୋଜନ ନେଇ ଓଏସଏସସି ପକ୍ଷରୁ ଏକ ବିଜ୍ଞପ୍ତି ଜାରି କରି ସୂଚନା ଦିଆଯାଇଛି ।

ସୂଚନାଯୋଗ୍ୟ ଯେ, ଗତ ମାର୍ଚ୍ଚ ମାସରେ ୨୫୦ଟି ଏଟିଓ ପଦ ପୂରଣ ପାଇଁ ଓଏସଏସସି ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଥିଲା । ଏନଟିସି / ଏନଏସି ଧାରୀଙ୍କ ପାଇଁ ୧୨୫ଟି ଓ ଡିପ୍ଲୋମା / ଡିଗ୍ରୀ ଧାରୀଙ୍କ ପାଇଁ ୧୨୫ଟି ପଦ ଖାଲି ରହିଥିଲା । ପ୍ରଥମ ପଦ ପାଇଁ ଶିକ୍ଷାଗତ ଯୋଗ୍ୟତା ଏନଟିସି / ଏନଏସି/ ଆଇଟିଆଇ ପାସ ୍ଓ ଦ୍ୱିତୀୟ ପଦ ପାଇଁ ପ୍ରାର୍ଥୀ ସର୍ବଭାରତୀୟ ବୈଷିୟକ ଶିକ୍ଷା ପରିଷଦ (ଏଆଇସିଟିଇ) ଦ୍ୱାରା ସ୍ୱୀକୃତିପ୍ରାପ୍ତ ଶିକ୍ଷାନୁଷ୍ଠାନ / ବୋର୍ଡ/ ୟୁନିଭରସିଟିରୁ ଡିପ୍ଲୋମା / ବି.ଇ/ ବି.ଟେକ ପାସ୍ ରହିଥିଲା । ଏପ୍ରିଲ ୧୪ରୁ ମେ ୧୫ ମଧ୍ୟରେ ଅନଲାଇନ୍ ପଞ୍ଜିକରଣ କରାଯାଇଥିଲା ।