fbpx

ବ୍ରହ୍ମପୁରରେ ପୂର୍ବତନ ସରପଞ୍ଚଙ୍କୁ ମରଣାନ୍ତକ ଆକ୍ରମଣ, ଗୁରୁତର ଅବସ୍ଥାରେ ଭୁବନେଶ୍ୱର ସ୍ଥାନାନ୍ତର

ବ୍ରହ୍ମପୁର(ଓଡ଼ିଶା ଭାସ୍କର): ବ୍ରହ୍ମପୁରରେ ଜଣେ ପୂର୍ବତନ ସରପଞ୍ଚଙ୍କୁ ହୋଇଛି ମରଣାନ୍ତକ ଆକ୍ରମଣ । ସଂଘବଦ୍ଧ ଆକ୍ରମଣରେ ପୂର୍ବତନ ସରପଞ୍ଚଙ୍କ ସହ ୨ ସହଯୋଗୀ ଆହତ ହୋଇଛନ୍ତି । ସୂଚନା ଅନୁସାରେ, ସଦର ଥାନା ମସିହାଖାଲିର ପୂର୍ବତନ ସରପଞ୍ଚ ମନୋଜ ସେଠୀଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି ।

ଆହତ ପୂର୍ବତନ ସରପଞ୍ଚ ମନୋଜ ସେଠୀଙ୍କୁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଛି । ଅନ୍ୟ ୨ ଆହତ ସହଯୋଗୀଙ୍କୁ ଏମକେସିଜିରେ ଭର୍ତ୍ତି କରାଯାଇଛି । ଗତକାଲି ବିଳମ୍ବିତ ରାତିରେ ଶୀତଳଷଷ୍ଠୀ ଯାତ୍ରା ଚାଲିଥିବା ବେଳେ ଏହି ଆକ୍ରମଣ ହୋଇଥିବା ଜଣାପଡିଛି । ୨୦ରୁ ୨୨ ଜଣ ଯୁବକ ମାରଣାସ୍ତ୍ର ଧରି ଆକ୍ରମଣ କରିଥିବା ଅଭିଯୋଗ ହୋଇଛି ।

Get real time updates directly on you device, subscribe now.