ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା: ଓଡ଼ିଶାର ପ୍ରତି ପଞ୍ଚାୟତରେ ହେବ ଆୟୁଷ୍ମାନ ଆରୋଗ୍ୟ ମନ୍ଦିର, ରହିବେ ଯୋଗ ଶିକ୍ଷକ
ଆୟୁଷ୍ମାନ ଭାରତ ପାଇଁ MOU ବେଳେ ଘୋଷଣା କଲେ ମୁଖ୍ୟମନ୍ତ୍ରୀ । ପ୍ରତି ପଞ୍ଚାୟତରେ ହେବ ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ।
ଭୁବନେଶ୍ବର: ଦିଲ୍ଲୀ ବିଜ୍ଞାନ ଭବନରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବଡ ଘୋଷଣା । ଓଡ଼ିଶାର ପ୍ରତି ପଞ୍ଚାୟତରେ ହେବ ଆୟୁଷ୍ମାନ ଆରୋଗ୍ୟ ମନ୍ଦିର । ଆୟୁଷ୍ମାନ ଭାରତ ପାଇଁ MOU ବେଳେ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।
ମନ୍ଦିରରେ ରହିବେ ଯୋଗ ଶିକ୍ଷକ – ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଛନ୍ତି, ଗ୍ରାମାଞ୍ଚଳରେ ସ୍ବାସ୍ଥ୍ୟ ସେବା ପହଞ୍ଚାଇବାକୁ ଲକ୍ଷ୍ୟ ରଖିଛୁ । ପ୍ରତି ପଞ୍ଚାୟତରେ ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ହେବାକୁ ଥିବା ବେଳେ ମନ୍ଦିରରେ ଜଣେ ଯୋଗ ଶିକ୍ଷକ ରହିବେ ।
ଓଡିଶା ପାଇଁ ଐତିହାସିକ ଦିନ- ସ୍ବାସ୍ଥ୍ୟକର୍ମୀଙ୍କ ସହ ଅନ୍ୟ ସୁବିଧା ସୁଯୋଗ ମଧ୍ୟ ଯୋଗାଇ ଦେବୁ ।୨୦୧୮ରୁ ସାରା ଦେଶରେ ଆୟୁଷ୍ମାନ ଭାରତ ଲାଗୁ କରାଗଲାଣି । ୩ଟି ରାଜ୍ୟ ରାଜନୈତିକ ହୀନମନ୍ୟତା ପାଇଁ ଲାଗୁ କରି ନଥିଲେ ।
ଆଜି ଓଡ଼ିଶା ପାଇଁ ଐତିହାସିକ ଦିନ, ଶେଷରେ ଏହା ଲାଗୁ ହେବାକୁ ଯାଉଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଆଗାମୀ ଦିନରେ ଓଡିଶାରେ ବୈପ୍ଳବିକ ପରିବର୍ତ୍ତନ ଆସିବାକୁ ଯାଉଛି । ବିଳମ୍ବ ହୋଇଛି ସତ ହେଲେ କାର୍ଯ୍ୟ ସିଦ୍ଧି ହୋଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।
ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ପାଇଁ MoU ହୋଇଛି । ୧.୩ କୋଟି ପରିବାରର ସାଢ଼େ ୩ କୋଟି ଲୋକ ଉପକାର ପାଇବେ ।