fbpx

ଓଡ଼ିଶାରୁ ୬ ଜଣଙ୍କୁ ମିଳିଲା ପଦ୍ମ ପୁରସ୍କାର: ରାଷ୍ଟ୍ରପତିଙ୍କ ଠାରୁ ପଦ୍ମଶ୍ରୀ ପୁରସ୍କାର ଗ୍ରହଣ ବାବା ବଳିଆ, ଦେଖନ୍ତୁ ଭିଡିଓ

ଭୁବନେଶ୍ୱର (ଓଡ଼ିଶା ଭାସ୍କର): ୨୦୨୨ ବର୍ଷ ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ପ୍ରଦାନ କରାଯାଇଛି ପଦ୍ମ ପୁରସ୍କାର । ଓଡ଼ିଶାରୁ ୬ ଜଣ ଏହି ସମ୍ମାନଜନକ ପୁରସ୍କାର ପାଇଁ ମନୋନୀତ ହୋଇଥିବା ବେଳେ ବାବା ବଳିଆଙ୍କୁ ମିଳିଛି ପଦ୍ମଶ୍ରୀ ସମ୍ମାନ । ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ହାତରୁ ଏହି ପୁରସ୍କାର ଗ୍ରହଣ କରିଥିଲେ ବାବା ବଳିଆ ।

ବିଶିଷ୍ଟ ଔପନ୍ୟାସିକା ପ୍ରତିଭା ରାୟଙ୍କୁ ପଦ୍ମଭୂଷଣ ପୁରସ୍କାରରେ ସମ୍ମାନିତ କରାଯାଇଛି । ସମାଜସେବା ପାଇଁ ଶ୍ରୀମଦ ବାବା ବଳିଆଙ୍କୁ ପଦ୍ମଶ୍ରୀ ପୁରସ୍କାର ପ୍ରଦାନ କରାଯାଇଛି । ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ପାଇଁ ଆଦିତ୍ୟ ପ୍ରସାଦ ଦାସଙ୍କୁ ମଧ୍ୟ ପଦ୍ମଶ୍ରୀ ପ୍ରଦାନ କରାଯାଇଛି । କଳା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଶ୍ୟାମାମଣୀ ଦେବୀଙ୍କୁ ପଦ୍ମଶ୍ରୀ ପ୍ରଦାନ କରାଯାଇଛି । ସାହିତ୍ୟ ଓ ଶିକ୍ଷା କ୍ଷେତ୍ରରେ ଅବଦାନ ପାଇଁ ନୃସିଂହ ପ୍ରସାଦ ମିଶ୍ରଙ୍କୁ ପଦ୍ମଶ୍ରୀ ପ୍ରଦାନ କରାଯାଇଛି । ଦେଖନ୍ତୁ ଭିଡିଓ……

Get real time updates directly on you device, subscribe now.