fbpx

ଆଗାମୀ ଦିନରେ ସରକାରୀ ସ୍ତରରେ ପାଳନ ହେବ ବାଜି ରାଉତ ଜୟନ୍ତୀ; ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର: (ଓଡ଼ିଶା ଭାସ୍କର) ସହିଦ ବାଜି ରାଉତ ଜୟନ୍ତୀରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବଡ଼ ଘୋଷଣା । ଆଗାମୀ ଦିନରେ ସରକାରୀ ସ୍ତରରେ ପାଳନ ହେବ ବାଜି ରାଉତ ଜୟନ୍ତୀ । ସରକାରୀ ସ୍ତରରେ ରାଜ୍ୟସ୍ତରୀୟ ବାଜି ରାଉତ ଜୟନ୍ତୀ ପାଳନ ହେବ । ଓଡ଼ିଶାର ସର୍ବ କନିଷ୍ଠ ବରପୁତ୍ରଙ୍କୁ ସମ୍ମାନ ଜଣାଇବା ପାଇଁ ରାଜ୍ୟସ୍ତରୀୟ ପାଳନ । ତାଙ୍କ ତ୍ୟାଗ, ବଳିଦାନ, ସଂଘର୍ଷକୁ ସମ୍ମାନ ଜଣାଇବା ପାଇଁ ହେବ କାର୍ଯ୍ୟକ୍ରମ । ସେପଟେ ଭୁବନେଶ୍ବର ୟୁନିଟ୍ ୮ରେ ଥିବା ଶହୀଦ ବାଜି ରାଉତଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ଅର୍ପଣ କରିଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

ଦେଶ ମାତୃକାର ସେବା ପାଇଁ ବାଜି ରାଉତଙ୍କ ସାହସ, ବୀରତ୍ୱ ଏବଂ ବଳିଦାନ ଆମ ସମସ୍ତଙ୍କ ପାଇଁ ପ୍ରେରଣା ଯୋଗାଇବ ବୋଲି କେନ୍ଦ୍ରମନ୍ତ୍ରୀ କହିଛନ୍ତି । ଏହି କାର୍ଯ୍ୟକ୍ରମରେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ଉଚ୍ଚ ଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ, ଗୃହ ଏବଂ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର, ପିପିଲି ବିଧାୟକ ଆଶ୍ରିତ ପଟ୍ଟନାୟକ, ଢେଙ୍କାନାଳ ସାଂସଦ ରୁଦ୍ର ନାରାୟଣ ପାଣି, ପରଜଙ୍ଗ ବିଧାୟକ ବିଭୁତି ଭୁଷଣ ପ୍ରଧାନ, କାମାକ୍ଷାନଗର ବିଧାୟକ ଶତୃଘ୍ନ ଜେନା, ହିନ୍ଦୋଳ ବିଧାୟିକା ସୀମାରାଣୀ ନାୟକ ଏବଂ ଭୁବନେଶ୍ବର ଏକାମ୍ର ବିଧାୟକ ବାବୁ ସିଂ ଯୋଗ ଦେଇଛନ୍ତି । ସେହିପରି ସହିଦ ବାଜି ରାଉତ ମେମୋରିଆଲ ଫାଉଣ୍ଡେସନର ସଦସ୍ୟଙ୍କ ସହ ଶତାଧିକ ଜନସାଧାରଣ ଉପସ୍ଥିତ ଥିଲେ ।

Get real time updates directly on you device, subscribe now.